ତୈଳଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସ ପକ୍ଷରୁ ଧାରଣା ଓ ବିକ୍ଷୋଭ ପ୍ରଦର୍ଶନ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ତୈଳ ଦର ବୃଦ୍ଧି ପ୍ରତ୍ୟାହାର ଦାବୀ କରିଛି କଂଗ୍ରେସ । ଏହି କ୍ରମରେ ସାରା ରାଜ୍ୟରେ ସକାଳ ୭ଟାରୁ ୧୧ଟା ପର୍ୟ୍ୟନ୍ତ ୪ଘଂଟା କାଳ ସମସ୍ତ ପେଟ୍ରୋଲ ପମ୍ପ ଆଗରେ କଂଗ୍ରେସ ପକ୍ଷରୁ ଧାରଣା ଓ ବିକ୍ଷୋଭ ପ୍ରଦର୍ଶନ କରାଯିବାକୁ ଘୋଷଣା ହୋଇଛି । ତୈଳ ଦର ବୃଦ୍ଧି ପ୍ରତ୍ୟାହାର ନହେଲେ ଆଗକୁ ଆନ୍ଦୋଳନ ଆହୁରି ଜୋରଦାର କରାଯିବ କଂଗ୍ରେସ ଚେତାବନୀ ଦେଇଛି । ରାଜଧାନୀରେ ସମସ୍ତ ପେଟ୍ରୋଲ ପମ୍ପ ଆଗରେ ଧାରଣା ଓ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି କଂଗ୍ରେସ ।

Leave A Reply

Your email address will not be published.