oom

କଳାହାଣ୍ଡି ଜିଲ୍ଲାରେ ନିର୍ବାଚନ ତାଲିମ ଆରମ୍ଭ

jsmm

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଚଳିତ ସାଧାରଣ ନିର୍ବାଚନ -୨୦୨୪ ନିମନ୍ତେ କଳାହାଣ୍ଡି ଜିଲ୍ଲାରେ ପ୍ରିଜାଇଡିଂ ଅଧିକାରୀ ଏବଂ ପ୍ରଥମ ପୋଲିଂ ଅଧିକାରୀମାନଙ୍କୁ ନେଇ ନିର୍ବାଚନ ତାଲିମ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି । ପ୍ରଥମ ପର୍ଯ୍ୟାୟରେ ଭବାନୀପାଟଣା ଉପଖଣ୍ଡ ଅନ୍ତର୍ଗତ ମା ମାଣିକେଶ୍ୱିରୀ ବିଶ୍ଵବିଦ୍ୟାଳୟର ୭ଟି କକ୍ଷରେ ଏବଂ ସରକାରୀ ମହାବିଦ୍ୟାଳୟର ୭ଟି କକ୍ଷରେ, ଧର୍ମଗଡ ଉପଖଣ୍ଡ ଅନ୍ତର୍ଗତ ସିଟି ସ୍କୁଲ, ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ, ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ତାଲିମ କାର୍ଯ୍ୟକ୍ରମ ଚାଲିଛି । ଜିଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ପି. ଅନ୍ୱେଷା ରେଡ୍ଡୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ତାଲିମ କାର୍ଯ୍ୟକ୍ରମରେ ଏଏଲ୍‌ଏମ୍‌ଟି ଓ ଡିଏଲ୍‌ଏମ୍‌ଟି ରୂପେ ନିୟୋଜିତ ବିଡି ଓ, ତହସିଲଦାର ଓ ଅନ୍ୟ ଅଧିକାରୀ ତାଲିମ ପ୍ରଦାନ କରୁଛନ୍ତି । ପ୍ରିଜାଇଡିଂ ଓ ପୋଲିଂ ଅଧିକାରୀମାନେ କିପରି ବ୍ୟବସ୍ଥିତ ଭାବେ ବୁଥ୍ ପର୍ଯ୍ୟନ୍ତ ଯିବେ, ଇଭିଏମ୍‌ ଓ ଭିଭି ପାଟ ମେସିନ୍‌ର ସଂଯୋଗ ଓ କାର୍ଯ୍ୟକାରିତା, କଣ୍ଟ୍ରୋଲ ୟୁନିଟର ବ୍ୟବହାର, ଭୋଟ ଦାନ ପ୍ରକ୍ରିୟାକୁ ଶୃଙ୍ଖଳିତ, ସେକ୍ଟର ଅଧିକାରୀଙ୍କୁ ସୁଚନା ଓ ଯୋଗାଯୋଗ ଉପରେ ବିଶେଷ ତାଲିମ ନେବେ।ଧର୍ମଗଡ ଉପଖଣ୍ଡରେ ମୋଟ ୧୪୮୨ ଜଣ ଏବଂ ଭବାନୀପାଟଣା ଉପଖଣ୍ଡରେ ମୋଟ ୧୮୫୬ ଜଣ ତିନି ଦିନ ୧୫,୧୬ ଓ ୧୭ ତାରିଖ ପର୍ଯ୍ୟାୟକ୍ରମେ ତାଲିମ ନେବେ । ଧର୍ମଗଡ ଉପଖଣ୍ଡରେ ୫୨୨ ଜଣ ଓ ଭବାନୀପାଟଣା ଉପଖଣ୍ଡରେ ୬୯୬ ଜଣ ତାଲିମ ନେଉଛନ୍ତି । ଜିଲ୍ଲାରେ ମୋଟ ୧୪୧୨ଟି ଵୁଥ୍‌ରେ ତାଲିମ ନେଉଥିବା କର୍ମଚାରୀ ଭୋଟ ଗ୍ରହଣ ଦିନ ଭୋଟଦାନ ପ୍ରକ୍ରିୟାକୁ ଶ୍ରୁଙ୍ଖଳିତ ଭାବେ ଦାୟିତ୍ଵ ନିର୍ବାହ କରିବେ । ଭବାନୀପାଟଣା ଉପଖଣ୍ଡ ପାଇଁ ଭବାନୀପାଟଣା ଉପଜିଲ୍ଲାପାଳ ଡ. ବିଶ୍ୱଜିତ ଦାସ, ନିର୍ବାଚନ ସଂଯୁକ୍ତ ଅଧିକାରୀ ବିବେକାନନ୍ଦ ମହାନନ୍ଦ ଏବଂ ଧର୍ମଗଡ ଉପଖଣ୍ଡ ପାଇଁ ଧର୍ମଗଡ ଉପଜିଲ୍ଲାପାଳ ଧୀମନ ଚକମା ଓ ଅତିରିକ୍ତ ଜିଲ୍ଲାପାଳ ତ୍ରିଲୋଚନ ପାତ୍ର ପ୍ରତ୍ୟକ୍ଷ ଭାବେ ତାଲିମ କାର୍ଯ୍ୟକ୍ରମକୁ ପରିଚାଳନା କରୁଛନ୍ତି ।

jittmm
Leave A Reply

Your email address will not be published.