oom

ଟାଙ୍ଗରମୁଣ୍ଡା ରାସ୍ତା ଦୁର୍ଘଟଣାରେ ୫ ଜଣ ବ୍ୟକ୍ତିଙ୍କ ମୃତ୍ୟୁ : ମୁଖ୍ୟମନ୍ତ୍ରୀଙ୍କ ଶୋକ

jsmm
  • ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ଆହତଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ନିର୍ଦ୍ଦେଶ

ଭୁବନେଶ୍ୱର : ରବିବାର ଦିନ ସୁନ୍ଦରଗଡ ଜିଲ୍ଲାର ଟାଙ୍ଗରମୁଣ୍ଡା ନିକଟରେ ଏକ ସଡକ ଦୁର୍ଘଟଣାରେ ୫ ଜଣ ବ୍ୟକ୍ତିଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି ଏବଂ ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି । ଏହି ଦୁର୍ଘଟଣାରେ ଆହତ ଜଣଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ମୃତାହତ ସମସ୍ତ ବ୍ୟକ୍ତି ସୁନ୍ଦରଗଡ଼ ଜିଲ୍ଲାର ବୋଲି ଜଣାପଡିଛି ।

jittmm
Leave A Reply

Your email address will not be published.