pakka

୪୫ ଡିଗ୍ରୀ ଛୁଇଁଲା ରାଜ୍ୟ ତାପମାତ୍ରା : ସାରା ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ଲହରି

bbehera

ଭୁବନେଶ୍ୱର : ସାରା ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ଲହରି । ଗତକାଲି ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା ବୌଦ୍ଧ ଓ ବାରିପଦା । ୩୦ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିଲା । ହିଟୱେଭ ନେଇ ଆଜି ପାଇଁ ମୟୂରଭଞ୍ଜ, କେନ୍ଦୁଝର ଓ ଅନୁଗୁଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ବାଲେଶ୍ୱର, ଯାଜପୁର, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଗ୍ରୀଷ୍ମଲହରି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ତେବେ ଆଜି ସାମାନ୍ୟ ଆଶ୍ୱସ୍ତି ଦେଇପାରେ କାଳବୈଶାଖୀ । ଆଜିଠୁ ଦକ୍ଷିଣ ଓଡ଼ିଶା ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ହୋଇପାରେ । ବିଜୁଳି ଘଡ଼ଘଡ଼ି ସହ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି । ୨୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ରହିପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ଦିନ ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ୍ ହ୍ରାସ ନେଇ ବିଭାଗ ପୂର୍ବାନୁମାନ କରିଛି । ନୂଆପଡାରେ ଆଜି ତାପମାତ୍ରା ୪୪ ଡିଗ୍ରୀ ରହିଥିବା ବେଳେ ତାଳଚେର ଓ ବଲାଙ୍ଗିରରେ ୪୩.୬, ନୂଆପଡା, କେନ୍ଦୁଝର ଓ ଅନୁଗୁଳରେ ୪୩.୫ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଛି ।

Leave A Reply

Your email address will not be published.

three × 5 =