ମାଟ୍ରିକ କୃତି ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ତରଫରୁ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ୨୦୨୫ ମାଟ୍ରିକ ପରୀକ୍ଷାରେ କୃତିତ୍ୱ ସହ ବି୨ ଗ୍ରେଡ଼ରେ ଉତ୍ତୀର୍ଣ୍ଣ ହୋଇଥିବା ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ପାଇକମାଲ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସମ୍ବର୍ଦ୍ଧନା ଦିଆଯାଇଛି । ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଝାରବନ୍ଧର ଛାତ୍ରୀ ଯମୁନା ଭୋଇ, ଝିଟିକି ଗ୍ରାମ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମୁନିକେଲର ଛାତ୍ର ଅନିତ ଥପା, ମାଣ୍ଡୋସିଲ ଉଚ୍ଚ ବିଦ୍ୟାଳୟର ଛାତ୍ର ପ୍ରଭାସିନୀ ନେତାମ ଓ ରାଜକୁମାର ସିଂ ବରିହା ଉଚ୍ଚ ବିଦ୍ୟାଳୟ ବାଦିକଟା ଛାତ୍ର ଜିତୁ ସେନ୍ଦରିଆ ସମସ୍ତେ ବି୨ ଗ୍ରେଡ଼ରେ ସଫଳତା ସହ ଉତ୍ତୀର୍ଣ୍ଣ ହୋଇଛନ୍ତି । ସମ୍ବର୍ଦ୍ଧନା ସଭାରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଦନ ସୁନା, ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ରାଧେଶ୍ୟାମ ମେହେର, ଧଳେନ୍ଦ୍ର କୁମାର ବାରିକ, ଅବସରପ୍ରାପ୍ତ ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶିବ ପ୍ରସାଦ ଯୋଷୀ, ଗୋଷ୍ଠୀ ସମ୍ବଳ ଶିକ୍ଷକ ବୀରେନ୍ଦ୍ର କୁମାର ସାହୁ, ରିତା ମେହେର ଓ ଚେରଙ୍ଗାଝାଞ୍ଜ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଉଗ୍ରସେନ ପ୍ରଧାନ କୃତି ଛାତ୍ରଛାତ୍ରୀମାନଙ୍କୁ ଟ୍ରଫି ଓ ପୁରସ୍କାର ପ୍ରଦାନ କରି ସେମାନଙ୍କ ଉଜ୍ୱଳ ଭବିଷ୍ୟତ କାମନା କରିଥିଲେ । ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀ ମାନଙ୍କ ଅବିଭାବକ ମାନଙ୍କୁ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରା ଯାଇଥିବା ବେଳେ ସମସ୍ତ ଅନ୍ତଃର୍ନିବେଶୀ ଶିକ୍ଷା ସହାୟକଗଣ ଉପସ୍ଥିତ ଥିଲେ ।

Leave A Reply

Your email address will not be published.