ଇଗ୍ନୋର ନାମଲେଖା ଅବଧି ଅଗଷ୍ଟ ୩୧ ତାରିଖକୁ ବୃଦ୍ଧି

ଭୁବନେଶ୍ୱର, (ପିଆଇବି) : ବିଭିନ୍ନ ବର୍ଗର ଲୋକଙ୍କ ଆବଶ୍ୟକତାକୁ ଅନୁଧ୍ୟାନ କରି ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ) କର୍ତ୍ତୃପକ୍ଷ ଜୁଲାଇ ୨୦୨୫ ଶିକ୍ଷାସତ୍ର ପାଇଁ ନାମଲେଖା ଅବଧିକୁ ଚଳିତ ମାସ ଅଗଷ୍ଟ ୩୧ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ଆଗ୍ରହୀ ଛାତ୍ରଛାତ୍ରୀ ବିଭିନ୍ନ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଇଗ୍ନୋର ୱେବସାଇଟ www.ignou.ac.inକୁ ଅନୁସରଣ କରିପାରିବେ । ନାମ ଲେଖାଇବା ପାଇଁ ଆବେଦନ କରିବା ଲିଙ୍କ ହେଲା https://ignouadmission.samarth.edu.in। ଅଣ୍ଡର ଗ୍ରାଜୁଏଟ (ବିଏସସିଏମ), (ବିକମଏମଏଫ), (ବିଏଏମ) ପ୍ରୋଗ୍ରାମରେ ନାମ ପଞ୍ଜୀକରଣ କରିବାକୁ ଚାହୁଁଥିବା ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ପାଇଁ ନାମଲେଖା ଦେୟ ଏବଂ ପୁନଃ ପଞ୍ଜୀକରଣ ଦେୟ ୫୦% ଛାଡ଼ କରାଯାଇଛି । ତେବେ, ଯେଉଁ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀମାନେ ଯଦି ଅନ୍ୟ କୌଣସି ସୂତ୍ରରୁ ରିହାତିର ସୁବିଧା ପାଉଥିବେ, ସେମାନେ ଇଗ୍ନୋ ତରଫରୁ ଦିଆଯାଉଥିବା ଏହି ରିହାତି ପାଇବାକୁ ଯୋଗ୍ୟ ହେବେ ନାହିଁ । ଏ ବର୍ଷ ଏମଏସସିରେ କିଛି ନୂତନ ପାଠ୍ୟକ୍ରମ ଆରମ୍ଭ କରାଯାଇଛି । ଏଥିମଧ୍ୟରେ ରହିଛି ଏମଏସସି (ଜୁଲୋଜୀ), ଏମଏସସି (କେମିଷ୍ଟ୍ରି), ଏମଏସସି (ଏନାଲିଟିକାଲ୍ କେମିଷ୍ଟ୍ରି), ଏମଏସସି (ବାୟୋକେମିଷ୍ଟ୍ରି), ଏମଏସସି (ଜିଓଇନଫର୍ମାଟିକ୍ସ), ଏମଏସସି (ଫିଜିକ୍ସ), ଏମଏସସି (ଆପ୍ଲାଏଡ୍ ଷ୍ଟାଟିଷ୍ଟିକ୍ସ), ଏମଏସସି (ଜିଓଗ୍ରାଫି) (ଏମଏସସିଜିଜି) ଏବଂ ଏଆଇସିଟିଇ ସ୍ୱୀକୃତ ଏମବିଏ ଓ ଏମସିଏ ସମ୍ପୂର୍ଣ୍ଣ ପ୍ରସ୍ପେକ୍ଟସ୍ ସିଧାସଳଖ ଇଗ୍ନୋ ୱେବସାଇଟରୁ ଡାଉନଲୋଡ କରାଯାଇପାରିବ । ନୂତନ ଶିକ୍ଷାନୀତି ଅନୁଯାୟୀ ଜଣେ ଚାହିଁଲେ ଦୁଇଟି ବିଷୟରେ ଡିଗ୍ରୀ କରିପାରିବେ ଏବଂ ଏହି ବିଷୟରେ ସମ୍ପୂର୍ଣ୍ଣ ବିବରଣୀ ଇଗ୍ନୋର ୱେବସାଇଟରେ ପ୍ରଦାନ କରାଯାଇଛି । ଅନ୍ୟାନ୍ୟ ସୂଚନା ପାଇବା ପାଇଁ ଇଗ୍ନୋ ଆଂଚଳିକ କେନ୍ଦ୍ର ଭୁବନେଶ୍ୱରକୁ ଫୋନ (୦୬୭୪-୨୩୦୧୩୪୮, ୨୯୭୧୦୭୧) କିମ୍ବା ଇ-ମେଲ ([email protected], [email protected]) ଜରିଆରେ ଯୋଗାଯୋଗ କରିପାରିବେ ବୋଲି ଇଗ୍ନୋ, ଭୁବନେଶ୍ୱରର ଅତିରିକ୍ତ ଆଞ୍ଚଳିକ ନିର୍ଦ୍ଦେଶକ ଡ଼. ସନ୍ତୋଷ କୁମାର ପାଣିଗ୍ରାହୀ ଜଣାଇଛନ୍ତି ।

jittmm
Leave A Reply

Your email address will not be published.