csstore

ଜିଲ୍ଲାସ୍ତରୀୟ ଟାସ୍କଫୋର୍ସ ଓ ସ୍ଵାସ୍ଥ୍ୟ ରିଭ୍ୟୁ ମିଟିଙ୍ଗ୍ ଅନୁଷ୍ଠିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅବୋଲି ନରୱଣେଙ୍କ ଅଧ୍ୟକ୍ଷତାରେ ତାଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ଟାସ୍କଫୋର୍ସ ଓ ସ୍ଵାସ୍ଥ୍ୟ ରିଭ୍ୟୁ ମିଟିଙ୍ଗ୍ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମା’ ଓ ଶିଶୁ ସ୍ଵାସ୍ଥ୍ୟ ସଂପର୍କିତ ବିଭିନ୍ନ କାର୍ଯ୍ୟକ୍ରମ ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇ ପରବର୍ତ୍ତୀ କାର୍ଯ୍ୟପନ୍ଥା ସ୍ଥିର କରାଯାଇଥିଲା । ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ନିଶି ପୁନମ ମିଞ୍ଜ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ଵାସ୍ଥ୍ୟ ଅଧିକାରୀ ଡାକ୍ତର ବିଶ୍ଵ ରଞ୍ଜନ ପତି, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଅଧିକ୍ଷକ ଡାକ୍ତର ପ୍ରଦୀପ କୁମାର ଗୁରୁ, ଅତିରିକ୍ତ ଜିଲ୍ଲା ଜନସ୍ଵାସ୍ଥ୍ୟ ଅଧିକାରୀ (ପରିବାର କଲ୍ୟାଣ) ଡାକ୍ତର ଦୈତ୍ୟ ନାରାୟଣ ପାଢୀ, ଅତିରିକ୍ତ ଜିଲ୍ଲା ଜନସ୍ଵାସ୍ଥ୍ୟ ଅଧିକାରୀ(ଯକ୍ଷ୍ମା) ଡାକ୍ତର ପଦ୍ମହଂସା ଦୋରା, ଅତିରିକ୍ତ ଜିଲ୍ଲା ଜନସ୍ଵାସ୍ଥ୍ୟ ଅଧିକାରୀ(ରୋଗ ନିୟନ୍ତ୍ରଣ) ଡାକ୍ତର ରମେଶ ଚନ୍ଦ୍ର ସ୍ଵାଇଁ, ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଅଶ୍ଵିନୀ କୁମାର ଭୋଇ, ସହକାରୀ ଜିଲ୍ଲା ଜନସ୍ଵାସ୍ଥ୍ୟ ଯୋଗାଯୋଗ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ସାହୁ, ଡିପିଏମ ବିଶ୍ଵମ୍ଵର ବେହେରା, ଡିଏମ୍‌ଆର୍‌ସିଏଚ୍‌ ସୁଧାଂଶୁ ନାୟକଙ୍କ ସମେତ ସମସ୍ତ ବ୍ଲକ ସ୍ଵାସ୍ଥ୍ୟ ଅଧିକାରୀ, ଜନସ୍ଵାସ୍ଥ ସଂପ୍ରସାରଣ ଅଧିକାରୀ, ବିପିଏମ, ସିଡିପିଓ ପ୍ରମୁଖ ଯୋଗ ଦେଇଥିଲେ ।

jayashree
Leave A Reply

Your email address will not be published.