pakka

ପୁଣି କଲବଲ କଲାଣି ତାତି

bbehera

ଭୁବନେଶ୍ୱର : ପୁଣି ରାଜ୍ୟରେ ଧିରେ ଧିରେ ବୃଦ୍ଧି ପାଉଛି ତାତି । ଆସନ୍ତା ୫ ଦିନ ଭିତରେ ତାପମାତ୍ରା ୫ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବା ନେଇ ସମ୍ଭାବନା ରହିଛି । ଉପକୂଳ ଓଡ଼ିଶାର ଜଗତସିଂହପୁର, ଗଞ୍ଜାମ ଭଳି ଜିଲ୍ଲାରେ ଗୁଳୁଗୁଳି ଅଧିକ ହେବ । ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଗତକାଲି ଚାନ୍ଦବାଲିରେ ୩୮.୫ ଡିଗ୍ରୀ, ବାଲେଶ୍ୱରରେ ୩୭.୨ ଡିଗ୍ରୀ ଏବଂ ଭୁବନେଶ୍ୱରରେ ୩୮.୨ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିଲା । ସେହିଭଳି ଗୋପାଳପୁରରେ ୩୪.୬, କେନ୍ଦୁଝରରେ ତାପମାତ୍ରା ୩୪.୫ ଡିଗ୍ରୀ ରହିଛି । ଝାରସୁଗୁଡ଼ା, ରାଉରକେଲାରେ ୩୬ ଡିଗ୍ରୀ ଉପରେ ରହିଛି ତାପମାତ୍ରା । ସେପଟେ ଆସନ୍ତା ୫ ଦିନ ଭିତରେ ପୁଣି ଖରା ୬ରୁ ୮ ଡିଗ୍ରୀ ପର୍ଯ୍ୟନ୍ତ ପାରଦ ବଢ଼ିବା ନେଇ ସୂଚନା ରହିଛି । ୧୫ ଓ ୧୬ ତାରିଖ ପାଇଁ ପାଣିପାଗ ବିଭାଗ ପକ୍ଷରୁ ହିଟ୍‌ ୱେଭ୍‌ ୱାର୍ଣ୍ଣିଂ ଜାରି କରାଯାଇଛି । କିଛି ସ୍ଥାନରେ ତାପମାତ୍ରା ୪୩ ଡିଗ୍ରୀ ଛୁଇଁପାରେ । ତେଣୁ ସତର୍କ ରହିବାକୁ ପରାମର୍ଶ ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

jay balangir
Leave A Reply

Your email address will not be published.

9 − five =

error: Content is protected !!