ପୁଣି ଫେରିଲା ତାତି

ଭୁବନେଶ୍ୱର : ରାଜ୍ୟକୁ ପୁଣି ଫେରିଲା ତାତି । ୨୦, ୨୧ ତାରିଖ ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ କେନ୍ଦ୍ର । ଆଜିଠୁ ୨୧ ତାରିଖ ଯାଏ ତାପମାତ୍ରା ୩ରୁ ୫ ଡିଗ୍ରୀ ବୃଦ୍ଧି ପାଇବ । ୨୦ ତାରିଖ ପାଇଁ ୬ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ ଜାରି କରିଛି । ବରଗଡ଼, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, କନ୍ଧମାଳ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୨୧ ତାରିଖ ପାଇଁ ହିଟୱେଭ୍‌ ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ଢେଙ୍କାନାଳ ଓ କନ୍ଧମାଳ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି । ଆଗାମୀ ୪ ଦିନ ଲାଗି ଦେଶର ୬ଟି ରାଜ୍ୟକୁ ଗ୍ରୀଷ୍ଣପ୍ରବାହ ଏବଂ ୩ଟି ରାଜ୍ୟରେ ଭାରି ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗ ।

Leave A Reply

Your email address will not be published.