
ତେଲେଙ୍ଗାନା : ତେଲେଙ୍ଗାନାର ଏକ କେମିକାଲ ଫ୍ୟାକ୍ଟ୍ରିରେ ବଡ଼ ଅଘଟଣ । କେମିକାଲ ଭର୍ତ୍ତି ଟ୍ୟାଙ୍କର ଫାଟିବାରୁ ୧୦ ମୃତ । ବିସ୍ଫୋରଣ ପରେ ଫ୍ୟାକ୍ଟ୍ରିରେ ଲାଗିଲା ନିଆଁ । ଉଦ୍ଧାରକାର୍ଯ୍ୟ ଜାରି । ତେଲେଙ୍ଗାନାରେ ଭୟଙ୍କର ବିସ୍ଫୋରଣ । ବର୍ତ୍ତମାନର ଖବର ସୁଦ୍ଧା ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏବେବି ଜାରି ରହିଛି ଉଦ୍ଧାର କାର୍ଯ୍ୟ । ସୂଚନା ଅନୁସାରେ, ହାଇଦ୍ରାବାଦ ନିକଟ ପତନଚେରୁରରେ ଥିବା ଏକ କେମିକାଲ ଫ୍ୟାକ୍ଟ୍ରିରେ ଅଘଟଣ ଘଟିଛି । କେମିକାଲ ଭର୍ତ୍ତି ଟ୍ୟାଙ୍କର ଫାଟିବାରୁ ବିସ୍ଫୋରଣ ଘଟିଛି । ଫଳରେ ସେଠାରେ ଉପସ୍ଥିତ ଥିବା ୧୦ ଜଣଙ୍କ ମୃତ୍ୟୁ ଘଟିଛି । ବିସ୍ଫୋରଣ ପରେ ଫ୍ୟାକ୍ଟ୍ରିରେ ନିଆଁ ଲାଗିଯାଇଥିବା ସୂଚନା ମିଳିଛି । ଫଳରେ ଅନେକ କର୍ମଚାରୀ ଆହତ ହୋଇଥିବାବେଳେ କିଛି ଜଣ ଫସିରହିଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରୁଛନ୍ତି ।