pakka

ଆସନ୍ତା କାଲି ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳ ଓ ସୋନପୁର ମ୍ୟୁନିସିପାଲିଟିର ବ୍ୟବସ୍ଥିତ ୨୩ଟି କେନ୍ଦ୍ରରେ ୧୮ରୁ ଅଧିକ ନାଗରିକଙ୍କୁ ଟୀକାକରଣ

bbehera
  • ୧୨ ବର୍ଷରୁ ୧୪ବର୍ଷ ନିମନ୍ତେ ୦୫ଟି କେନ୍ଦ୍ରରେ (କୋର୍ବେଭାକ୍ସ) ଟୀକାକରଣ
  • ଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତା କାଲି ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ମ୍ୟୁନିସିପାଲିଟି ସହ ସୋନପୁର, ବିନିକା, ବୀରମହାରାଜପୁର, ଉଲୁଣ୍ଡା ଓ ତରଭା (ଡୁଙ୍ଗୁରିପାଲି ବ୍ୟତୀତ) ବ୍ଲକର ୨୩ଟି ବ୍ୟବସ୍ଥିତ ଟିକା କେନ୍ଦ୍ରରେ ୧୮ରୁ ଅଧିକ ବୟସର ହିତାଧିକାରୀଙ୍କ ସହ ଏଚ୍‌ସିଡବ୍ଲୁ/ଏଫ୍‌ଏଲ୍‌ଡବ୍ଲୁ ଏବଂ ୬୦ ବର୍ଷରୁ ଅଧିକ ସହିତ କୋ ମୋରବିଡିଟିଙ୍କୁ ପ୍ରିକ୍‌ସନ୍‌ ଡୋଜ (କୋଭାସିଲଡ଼) ଟୀକାକରଣ କରାଯିବ । ସେହିପରି ଜିଲ୍ଲାର ବିଭିନ୍ନ ବ୍ଲକ (ଡୁଙ୍ଗୁରିପାଲି ଓ ସୋନପୁର ବ୍ଲକ ବ୍ୟତୀତ) ସହ ସୋନପୁର ମ୍ୟୁନିସିପାଲିଟିର ୧୯ଟି କେନ୍ଦ୍ରରେ ୧୫ରୁ ୧୮ ବର୍ଷ ପର୍ଯ୍ୟନ୍ତ ହିତାଧିକାରୀଙ୍କୁ (କୋଭାକ୍ସିନ) ଟୀକାକରଣ କରାଯିବ, ପୁନଶ୍ଚ ୧୨ରୁ ୧୪ ବର୍ଷ ପର୍ଯ୍ୟନ୍ତ ହିତାଧିକାରୀଙ୍କୁ ବିଭିନ୍ନ ବ୍ଲକ ନିମନ୍ତେ (ସୋନପୁର, ତରଭା, ଉଲୁଣ୍ଡା ବ୍ଲକ ଓ ସୋନପୁର ମ୍ୟୁନିସିପାଲିଟି ବ୍ୟତୀତ) (କେବଳ ଅଫଲାଇନ ଜରିଆରେ) ୦୫ଟି କେନ୍ଦ୍ରରେ (କୋର୍ବେଭାକ୍ସ) ଟୀକାକରଣ କରାଯିବ । ବ୍ୟବସ୍ଥିତ ସମସ୍ତ କେନ୍ଦ୍ର ଗୁଡିକରେ ହିତାଧିକାରୀ ଟୀକାକରଣ ନିମନ୍ତେ ପଂଜିକୃତ କରି ନିଯୁକ୍ତି ଚିଠାକୁ ଅନୁସୂଚିତ କରାଇ ପାରିବେ ଅଥବା ଉକ୍ତ ଦିନ ନିର୍ଧାରିତ ସମୟ ସକାଳ ଘଂ୦୯-୦୦ରେ କେନ୍ଦ୍ରକୁ ଯାଇ ଟୀକା ନିମନ୍ତେ ଅଗ୍ରିମଟୋକନ ସଂଗ୍ରହ କରିପାରିବେ । ସ୍ଲଟ ବୁକିଂ କରିଥିବା ହିତାଧିକାରୀଙ୍କୁ ଅଗ୍ରାଧିକାର ଭିତ୍ତିରେ ଟୀକା ପ୍ରଦାନ କରାଯିବ ଉକ୍ତ ଦିନ ଗୁଡିକରେ ଟୀକାକରଣ ପାଇଁ ଯୋଗ୍ୟ ପଂଜିକୃତ ହିତାଧିକାରୀ ନିଜର ନିଯୁକ୍ତି ଚିଠା (ମୋବାଇଲ ମେସେଜ/ଚିଠାର ହାର୍ଡ କପି ) ପଞ୍ଜିକରଣ ସମୟରେ ବ୍ୟବହୃତ ପରିଚୟ ପତ୍ର ,ସାଙ୍ଗରେ ଆଣି ସୂଚିତ ନିର୍ଦ୍ଧାରିତ ସମୟରେ ଉଦ୍ଧିଷ୍ଟ ଟୀକାକରଣ କେନ୍ଦ୍ରକୁ ପହଂଚି ଟୀକା ଗ୍ରହଣ କରିବେ କ୍ଷ ବିନା କୌଣସି ସୂଚନା ରେ ଟୀକାକେନ୍ଦ୍ର କୁ ଯାଇ ହଇରାଣ ନ ହେବା କିମ୍ବା କେନ୍ଦ୍ର ରେ ଅଯଥାରେ ଭିଡ଼ ନ କରିବାକୁ ସ୍ୱାସ୍ଥ୍ୟ ବିଭାଗ ତରଫରୁ ଅନୁରୋଧ କରାଯିବା ସହ ଯେତେବେଳେ ଯାହାର ପାଳି ଆସୁଛି ସେମାନେ କେବଳ କେନ୍ଦ୍ରକୁ ଆସିବାକୁ ପରାମର୍ଶ ଦିଆଯାଉଛି କ୍ଷ ଏହି ଟୀକାକରଣ ଉକ୍ତ ଦିନଗୁଡିକରେ ସକାଳ ୦୯ରୁ ସନ୍ଧ୍ୟା ୦୬ ଘଣ୍ଟା ପର୍ଯ୍ୟନ୍ତ ଚାଲୁ ରହିବ । ହିତାଧିକାରୀ ଟୀକାକରଣ ପାଇଁ ଅନଲାଇନ https://selfregistration.cowin.gov.in ରେ ପଞ୍ଜିକରଣ କରାଇ ସ୍ଲଟ ଅନୁସୂଚିତ କରାଇ ପାରିବେ । ଟୀକାକରଣ ନିମନ୍ତେ ହିତାଧିକାରୀଙ୍କ ପାଇଁ ଆଜି ରାତ୍ର ୦୮-୦୦ଘଂରୁ କୋଭାସିଲଡ଼ ଓ କୋଭାକ୍ସିନ ପାଇଁ ପଞ୍ଜିକରଣ ନିମନ୍ତେ ସ୍ଲଟ ଖୋଲା ରହିଛି ।

jay balangir
Leave A Reply

Your email address will not be published.

18 + 11 =