pakka

ଆସନ୍ତାକାଲି ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳର ବ୍ୟବସ୍ଥିତ ୦୩ଟି କେନ୍ଦ୍ରରେ ୧୮ରୁ ଅଧିକ ନାଗରିକଙ୍କୁ ଟୀକାକରଣ

kalikesh
  • ୧୨ ବର୍ଷରୁ ୧୪ ବର୍ଷ ନିମନ୍ତେ ୦୨ଟି କେନ୍ଦ୍ରରେ (କୋର୍ବେଭାକ୍ସ) ଟୀକାକରଣ
  • ଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ

ସୁବର୍ଣ୍ଣପୁର, (କେପି,ନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତାକାଲି ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର, ତରଭା ଓ ଡୁଙ୍ଗୁରିପାଲି ବ୍ଲକ ଅଂଚଳର ୦୩ଟି ବ୍ୟବସ୍ଥିତ ଟିକା କେନ୍ଦ୍ରରେ ୧୮ରୁ ଅଧିକ ବୟସର ହିତାଧିକାରୀଙ୍କ ସହ ଏଚ୍‌ସିଡବ୍ଲୁ/ଏଫ୍‌ଏଲ୍‌ଡବ୍ଲୁ ଏବଂ ୬୦ ବର୍ଷରୁ ଅଧିକ ସହିତ କୋ-ମୋରବିଡିଟିଙ୍କୁ ପ୍ରିକସନ ଡୋଜ (କୋଭାସିଲଡ଼) ଟୀକାକରଣ କରାଯିବ । ସେହିପରି ଜିଲ୍ଲାର ଡୁଙ୍ଗୁରିପାଲି ଓ ତରଭା ବ୍ଲକର ୦୨ଟି କେନ୍ଦ୍ରରେ ୧୫ ରୁ ୧୮ ବର୍ଷ ପର୍ଯ୍ୟନ୍ତ ହିତାଧିକାରୀଙ୍କୁ (କୋଭାକ୍ସିନ) ଟୀକାକରଣ କରାଯିବ, ପୁନଶ୍ଚ ୧୨ରୁ ୧୪ ବର୍ଷ ପର୍ଯ୍ୟନ୍ତ ହିତାଧିକାରୀଙ୍କୁ ତରଭା ଓ ଡୁଙ୍ଗୁରିପାଲି ବ୍ଲକ ଅଞ୍ଚଳରେ (ଅଫ୍‌ଲାଇନ୍‌ ଜରିଆରେ) ୦୨ଟି କେନ୍ଦ୍ରରେ (କୋର୍ବେଭାକ୍ସ) ଟୀକାକରଣ କରାଯିବ । ବ୍ୟବସ୍ଥିତ ସମସ୍ତ କେନ୍ଦ୍ର ଗୁଡିକରେ ହିତାଧିକାରୀ ଟୀକାକରଣ ନିମନ୍ତେ ପଂଜିକୃତ କରି ନିଯୁକ୍ତି ଚିଠାକୁ ଅନୁସୂଚିତ କରାଇ ପାରିବେ ଅଥବା ଉକ୍ତ ଦିନ ନିର୍ଧାରିତ ସମୟ ସକାଳ ଘଂ୦୯-୦୦ରେ କେନ୍ଦ୍ରକୁ ଯାଇ ଟୀକା ନିମନ୍ତେ ଅଗ୍ରିମଟୋକନ ସଂଗ୍ରହ କରିପାରିବେ । ସ୍ଲଟ ବୁକିଂ କରିଥିବା ହିତାଧିକାରୀଙ୍କୁ ଅଗ୍ରାଧିକାର ଭିତ୍ତିରେ ଟୀକା ପ୍ରଦାନ କରାଯିବ । ଉକ୍ତ ଦିନ ଗୁଡିକରେ ଟୀକାକରଣ ପାଇଁ ଯୋଗ୍ୟ ପଂଜିକୃତ ହିତାଧିକାରୀ ନିଜର ନିଯୁକ୍ତି ଚିଠା (ମୋବାଇଲ ମେସେଜ/ଚିଠାର ହାର୍ଡ କପି) ପଞ୍ଜିକରଣ ସମୟରେ ବ୍ୟବହୃତ ପରିଚୟ ପତ୍ର, ସାଙ୍ଗରେ ଆଣି ସୂଚିତ ନିର୍ଦ୍ଧାରିତ ସମୟରେ ଉଦ୍ଧିଷ୍ଟ ଟୀକାକରଣ କେନ୍ଦ୍ରକୁ ପହଂଚି ଟୀକା ଗ୍ରହଣ କରିବେ । ବିନା କୌଣସି ସୂଚନାରେ ଟୀକାକେନ୍ଦ୍ରକୁ ଯାଇ ହଇରାଣ ନ ହେବା କିମ୍ବା କେନ୍ଦ୍ରରେ ଅଯଥାରେ ଭିଡ଼ ନ କରିବାକୁ ସ୍ୱାସ୍ଥ୍ୟ ବିଭାଗ ତରଫରୁ ଅନୁରୋଧ କରାଯିବା ସହ ଯେତେବେଳେ ଯାହାର ପାଳି ଆସୁଛି ସେମାନେ କେବଳ କେନ୍ଦ୍ରକୁ ଆସିବାକୁ ପରାମର୍ଶ ଦିଆଯାଉଛି । ଏହି ଟୀକାକରଣ ଉକ୍ତ ଦିନଗୁଡିକରେ ସକାଳ ୦୯ ରୁ ସନ୍ଧ୍ୟା ୦୬ ଘଣ୍ଟା ପର୍ଯ୍ୟନ୍ତ ଚାଲୁ ରହିବ । ହିତାଧିକାରୀ ଟୀକାକରଣ ପାଇଁ ଅନ୍‌ଲାଇନ୍‌ https://selfregistration.cowin.gov.in ରେ ପଞ୍ଜିକରଣ କରାଇ ସ୍ଲଟ ଅନୁସୂଚିତ କରାଇ ପାରିବେ । ଟୀକାକରଣ ନିମନ୍ତେ ହିତାଧିକାରୀଙ୍କ ପାଇଁ ଆଜି ରାତ୍ର ୦୮-୦୦ଘଂରୁ କୋଭାସିଲଡ଼ ଓ କୋଭାକ୍ସିନ ପାଇଁ ପଞ୍ଜିକରଣ ନିମନ୍ତେ ସ୍ଲଟ ଖୋଲା ରହିଛି ।

pp
Leave A Reply

Your email address will not be published.

14 + one =