pakka

ଆସନ୍ତା କାଲି ଜିଲ୍ଲାର ୧୨ ବର୍ଷରୁ ୧୪ ବର୍ଷ ନିମନ୍ତେ ସମସ୍ତ ବ୍ଲକ ଅଂଚଳର ୨୩ଟି କେନ୍ଦ୍ରରେ ଟୀକାକରଣ

bbehera
  • ଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତା କାଲି ସୋନପୁର ଜିଲ୍ଲାର ୧୨ରୁ ୧୪ ବର୍ଷ ପର୍ଯ୍ୟନ୍ତ ସମସ୍ତ ବ୍ଲକ ଅଂଚଳର ହିତାଧିକାରୀଙ୍କୁ (ଅଫଲାଇନ ଜରିଆରେ) ୨୩ଟି କେନ୍ଦ୍ରରେ (କୋର୍ବେଭାକ୍ସ) ଟୀକାକରଣ କରାଯିବ । ବ୍ୟବସ୍ଥିତ ସମସ୍ତ କେନ୍ଦ୍ର ଗୁଡିକରେ ହିତାଧିକାରୀ ଟୀକାକରଣ ନିମନ୍ତେ ଉକ୍ତ ଦିନ ନିର୍ଦ୍ଧାରିତ ସମୟ ସକାଳ ଘଂ୦୯-୦୦ରେ କେନ୍ଦ୍ରକୁ ଯାଇ ଟୀକା ନିମନ୍ତେ ଅଗ୍ରିମ ଟୋକନ ସଂଗ୍ରହ କରିପାରିବେ । ଉକ୍ତ ଦିନ ଗୁଡିକରେ ଟୀକାକରଣ ପାଇଁ ଯୋଗ୍ୟ ପଂଜିକୃତ ହିତାଧିକାରୀ ନିଜର ପରିଚୟ ପତ୍ର ସାଙ୍ଗରେ ଆଣି ସୂଚିତ ନିର୍ଦ୍ଧାରିତ ସମୟରେ ଉଦ୍ଧିଷ୍ଟ ଟୀକାକରଣ କେନ୍ଦ୍ରକୁ ପହଂଚି ଟୀକା ଗ୍ରହଣ କରିବେ । ବିନା କୌଣସି ସୂଚନାରେ ଟୀକାକେନ୍ଦ୍ରକୁ ଯାଇ ହଇରାଣ ନ ହେବା କିମ୍ବା କେନ୍ଦ୍ରରେ ଅଯଥାରେ ଭିଡ଼ ନ କରିବାକୁ ସ୍ୱାସ୍ଥ୍ୟ ବିଭାଗ ତରଫରୁ ଅନୁରୋଧ କରାଯିବା ସହ ଯେତେବେଳେ ଯାହାର ପାଳି ଆସୁଛି ସେମାନେ କେବଳ କେନ୍ଦ୍ରକୁ ଆସିବାକୁ ପରାମର୍ଶ ଦିଆଯାଉଛି । ଏହି ଟୀକାକରଣ ଉକ୍ତ ଦିନଗୁଡିକରେ ସକାଳ ୦୯ରୁ ସନ୍ଧ୍ୟା ୦୬ ଘଣ୍ଟା ପର୍ଯ୍ୟନ୍ତ ଚାଲୁ ରହିବ ।

Leave A Reply

Your email address will not be published.

13 − 5 =