jayashree

ଆଜିଠାରୁ ଜିଲ୍ଲାରେ ୧୮ରୁ ଅଧିକ ବର୍ଷ ପାଇଁ ଟୀକାକରଣ : ଦ୍ଵିତୀୟ ଡୋଜ଼ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆଜି ଠାରୁ ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗୁରିପାଲି ବ୍ଲକର ବ୍ୟବସ୍ଥିତ ୩ଟି କେନ୍ଦ୍ର ଯଥା-ଡୁଙ୍ଗୁରିପାଲି ୟୁପି ସ୍କୁଲ, ରାମପୁର ପିଏଚସି ଓ ବେହେରାମାଲ ପିଏଚସି କେନ୍ଦ୍ରରେ ୧୮ରୁ ଅଧିକ ବର୍ଷ ହିତାଧିକାରୀଙ୍କୁ ପ୍ରଥମ ଡୋଜ଼ ଏବଂ ଯୋଗ୍ୟ ହିତାଧିକାରୀଙ୍କୁ ୨ୟ ଡୋଜ଼ ଟୀକା ପ୍ରଦାନ କରାଯିବ । ୧୮ରୁ ଅଧିକ ବର୍ଷ ହିତାଧିକାରୀ ଟୀକାକରଣ ନିମନ୍ତେ ପଂଜିକୃତ କରି ନିଯୁକ୍ତି ଚିଠାକୁ ଅନୁସୂଚିତ କରାଇପାରିବେ ଅଥବା ଉକ୍ତ ଦିନ ନିର୍ଧାରିତ ସମୟରେ କେନ୍ଦ୍ରକୁ ଯାଇ ଟୀକାନିମନ୍ତେ ହିତାଧିକାରୀ ଅଗ୍ରିମଟୋକନ ସଂଗ୍ରହ କରିପାରିବେ । ସ୍ଲଟ ବୁକିଂ କରିଥିବା ହିତାଧିକାରୀଙ୍କୁ ଅଗ୍ରାଧିକାର ଭିତ୍ତିରେ ଟୀକା ପ୍ରଦାନ କରାଯିବ । ଉକ୍ତ ଦିନ ଗୁଡିକରେ ପ୍ରଥମ ଡୋଜ ଟୀକାକରଣ ପାଇଁ ଯୋଗ୍ୟ ପଂଜିକୃତ ହିତାଧିକାରୀ ନିଜର ନିଯୁକ୍ତି ଚିଠା (ମୋବାଇଲ ମେସେଜ/ଚିଠାର ହାର୍ଡ କପି ) ପଞ୍ଜିକରଣ ସମୟରେ ବ୍ୟବହୃତ ପରିଚୟ ପତ୍ର, ସାଙ୍ଗରେ ଆଣି ସୂଚିତ ନିର୍ଦ୍ଧାରିତ ସମୟରେ ଉଦ୍ଧିଷ୍ଟ ଟୀକାକରଣ କେନ୍ଦ୍ରକୁ ପହଂଚି ଟୀକା ଗ୍ରହଣ କରିବେ । ବିନା କୌଣସି ସୂଚନାରେ ଟୀକାକେନ୍ଦ୍ରକୁ ଯାଇ ହଇରାଣ ନ ହେବା କିମ୍ବା କେନ୍ଦ୍ରରେ ଅଯଥାରେ ଭିଡ଼ ନ କରିବାକୁ ସ୍ୱାସ୍ଥ୍ୟ ବିଭାଗ ତରଫରୁ ଅନୁରୋଧ କରାଯିବା ସହ ଯେତେବେଳେ ଯାହାର ପାଳି ଆସୁଛି ସେମାନେ କେବଳ କେନ୍ଦ୍ରକୁ ଆସିବାକୁ ପରାମର୍ଶ ଦିଆଯାଉଛି । ଏହି ଟୀକାକରଣ ଉକ୍ତ ଦିନଗୁଡ଼ିକରେ ସକାଳ ୦୯ରୁ ସନ୍ଧ୍ୟା ୦୫ ଘଣ୍ଟା ପର୍ଯ୍ୟନ୍ତ ଚାଲୁ ରହିବ । ହିତାଧିକାରୀ ଟୀକାକରଣ ପାଇଁ ଅନଲାଇନ https://selfregistration.cowin.gov.inରେ ପଞ୍ଜିକରଣ କରାଇ ସ୍ଲଟ ଅନୁସୂଚିତ କରାଇପାରିବେ । ଗତକାଲି ରାତ୍ର ୧୦-୦୦ଘଣ୍ଟାରୁ ପଞ୍ଜିକରଣ ନିମନ୍ତେ ସ୍ଲଟ ଖୋଲା ରହିଅଛି ।

Leave A Reply

Your email address will not be published.