om academy

ଆସନ୍ତା କାଲିଠାରୁ ୧୫ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ସୁବର୍ଣ୍ଣପୁର ମ୍ୟୁନିସିପାଲିଟି ସହ ସମସ୍ତ ବ୍ଲକ ଅଞ୍ଚଳରେ ୧୮ରୁ ଅଧିକ ନାଗରିକଙ୍କୁ ଟୀକାକରଣ

jsm
  • ଦ୍ଵିତୀୟ ଡୋଜ଼ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ତା ୧୩/୦୯/୨୧ରିଖ ଠାରୁ ତା୧୫/୦୯/୨୧ପର୍ଯ୍ୟନ୍ତ ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ମ୍ୟୁନିସିପାଲିଟି ସହ ସମସ୍ତ ବ୍ଲକର ବ୍ୟବସ୍ଥିତ ଟୀକା କେନ୍ଦ୍ରଠାରେ ଟୀକାକରଣ କରାଯିବ । ବ୍ୟବସ୍ଥିତ ସମସ୍ତ କେନ୍ଦ୍ର ଗୁଡିକରେ ହିତାଧିକାରୀ ଟୀକାକରଣ ନିମନ୍ତେ ପଂଜିକୃତ କରି ନିଯୁକ୍ତି ଚିଠାକୁ ଅନୁସୂଚିତ କରାଇପାରିବେ ଅଥବା ଉକ୍ତ ଦିନ ନିର୍ଧାରିତ ସମୟ ସକାଳ ଘଂ ୯ଟାରେ କେନ୍ଦ୍ରକୁ ଯାଇ ଟୀକା ନିମନ୍ତେ ଅଗ୍ରିମଟୋକନ ସଂଗ୍ରହ କରିପାରିବେ । ସ୍ଲଟ ବୁକିଂ କରିଥିବା ହିତାଧିକାରୀଙ୍କୁ ଅଗ୍ରାଧିକାର ଭିତ୍ତିରେ ଟୀକା ପ୍ରଦାନ କରାଯିବ । ଉକ୍ତ ଦିନ ଗୁଡିକରେ ଟୀକାକରଣ ପାଇଁ ଯୋଗ୍ୟ ପଂଜିକୃତ ହିତାଧିକାରୀ ନିଜର ନିଯୁକ୍ତି ଚିଠା (ମୋବାଇଲ ମେସେଜ/ଚିଠାର ହାର୍ଡ କପି) ପଞ୍ଜିକରଣ ସମୟରେ ବ୍ୟବହୃତ ପରିଚୟ ପତ୍ର, ସାଙ୍ଗରେ ଆଣି ସୂଚିତ ନିର୍ଦ୍ଧାରିତ ସମୟରେ ଉଦ୍ଧିଷ୍ଟ ଟୀକାକରଣ କେନ୍ଦ୍ରକୁ ପହଂଚି ଟୀକା ଗ୍ରହଣ କରିବେ । ବିନା କୌଣସି ସୂଚନାରେ ଟୀକାକେନ୍ଦ୍ରକୁ ଯାଇ ହଇରାଣ ନ ହେବା କିମ୍ବା କେନ୍ଦ୍ରରେ ଅଯଥାରେ ଭିଡ଼ ନ କରିବାକୁ ସ୍ୱାସ୍ଥ୍ୟ ବିଭାଗ ତରଫରୁ ଅନୁରୋଧ କରାଯିବା ସହ ଯେତେବେଳେ ଯାହାର ପାଳି ଆସୁଛି ସେମାନେ କେବଳ କେନ୍ଦ୍ରକୁ ଆସିବାକୁ ପରାମର୍ଶ ଦିଆଯାଉଛି । ଏହି ଟୀକାକରଣ ଉକ୍ତ ଦିନଗୁଡିକରେ ସକାଳ ୦୯ରୁ ସନ୍ଧ୍ୟା ୦୬ ଘଣ୍ଟା ପର୍ଯ୍ୟନ୍ତ ଚାଲୁ ରହିବ । ହିତାଧିକାରୀ ଟୀକାକରଣ ପାଇଁ ଅନ୍‌ଲାଇନ୍‌ https://selfregistration.cowin.gov.in ରେ ପଞ୍ଜିକରଣ କରାଇ ସ୍ଲଟ ଅନୁସୂଚିତ କରାଇପାରିବେ । ଟୀକାକରଣ ନିମନ୍ତେ ହିତାଧିକାରୀ ତା ୧୨/୦୯/୨୧, ତା ୧୩/୦୯/୨୧ ଓ ତା ୧୪/୦୯/୨୧ ରାତ୍ର ୦୮-୦୦ଘଂରେ ପଞ୍ଜିକରଣ ପାଇଁ ସ୍ଲଟ ଖୋଲା ରହିବ ।

Leave A Reply

Your email address will not be published.