ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସରେ ଶ୍ରଦ୍ଧାଞ୍ଜଳି

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସ ଅବସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା । ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି ସଭାରେ ଜିଲ୍ଲାପାଳ ଜ୍ୟୋତି ରଞ୍ଜନ ପ୍ରଧାନ ଅଧ୍ୟକ୍ଷତା କରିଥିଲେ । ଏଥିରେ ସ୍ୱତନ୍ତ୍ରତା ସଂଗ୍ରାମରେ ପ୍ରାଣ ବଳିଦାନ ଦେଇଥିବା ଶହୀଦ ବୀର ମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯିବା ସହ ନିରବ ପ୍ରାର୍ଥନା କରାଯାଇଥିଲା । ସଭାରେ ଅତିରିକ୍ତ ଜିଲ୍ଲାପାଳ ମିର୍ଦ୍ଧା ଟପ୍ପୋ, ଉପଜିଲ୍ଲାପାଳ ପ୍ରଭାତ ଦଣ୍ଡ ସେନା, ତହସିଲଦାର ସୀତା ରାମ ଭୋଇ, ପ୍ରଶାନ୍ତ ମହାପାତ୍ର, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ପ୍ରମୁଖ ସମସ୍ତ ଅଧିକାରୀ ଉପସ୍ଥିତ ଥିଲେ ।

Leave A Reply

Your email address will not be published.