pakka

ଟୋକିଓ ପାରାଲିମ୍ପିକ୍ସ ସୁଟିଂରେ ସୁଟର ଅବନୀ ଲେଖରା ଜିତିଲେ ସ୍ୱର୍ଣ୍ଣ

ଟୋକିଓ : ଟୋକିଓ ପାରାଲିମ୍ପିକ୍ସ ସୁଟିଂରେ ସୁଟର ଅବନୀ ଲେଖରା ଜିତିଛନ୍ତି ସ୍ୱର୍ଣ୍ଣ । ସେ ୧୦ ମିଟର ଏୟାର ରାଇଫଲରେ ସ୍ୱର୍ଣ୍ଣ ପଦକ ଜିତିଛନ୍ତି । ମୋଟ୍ ୨୪୯.୬ ପଏଣ୍ଟ ହାସଲ କରିଛନ୍ତି । ଯାହାକି ପାରାଲିମ୍ପିକ୍ସରେ ଏକ ରେକର୍ଡ । ଏଥିସହ ଓ୍ୱାଲର୍ଡ ରେକର୍ଡ ସମକକ୍ଷ ବି ହୋଇଛନ୍ତି ଅବନୀ ଲେଖରା । ୧୯ ବର୍ଷୀୟ ଅବନୀ ଲେଖରା ୧୦ ମିଟର ଏୟାର ରାଇଫଲର କ୍ଲାସ ଏସଏଚ୍୧ରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି । ପାରାଲିମ୍ପିକ୍ସ ଇତିହାସରେ ସୁଟିଂରେ ଏହା ଭାରତର ପ୍ରଥମ ସ୍ୱର୍ଣ୍ଣ ପଦକ । ତାଙ୍କର ଏହି ସଫଳତାରେ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟୁ ଥିବା ବେଳେ ତାଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଟ୍ୱିଟ୍ କରି ଅଭିନନ୍ଦନ ଜଣାଇଛନ୍ତି ।

Leave A Reply

Your email address will not be published.

14 − two =