ଟ୍ରେନ୍‌ରେ କଟି ଯୁବକଙ୍କ ମୃତ୍ୟୁ

କଟକ : ଟ୍ରେନ୍‌ରେ କଟି ଯୁବକଙ୍କ ମୃତ୍ୟୁ ହୋଇଛି । କଟକ ରେଲଓ୍ବେ ଗୁଡ୍ ସେଡ୍ ନିକଟରେ ଏଭଳି ଅଭାବନୀୟ ଘଟଣା ଘଟିଛି । ଘଟଣାସ୍ଥଳରେ ତଦନ୍ତ ଜାରି । ସୂଚନାଯୋଗ୍ୟ ଯେ, କଟକ ରେଲଓ୍ବେ ଗୁଡ୍ ସେଡ୍ ନିକଟରେ ଟ୍ରେନରେ କଟି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ଯୁବକ ଜଣଙ୍କ ମୋବାଇଲରେ କଥା ହୋଇ ଟ୍ରେନ୍ ଲାଇନ୍ ପାର ହେଉଥିବା ବେଳେ ଟ୍ରେନ୍ ଆସିବା ଶବ୍ଦ ଜାଣିପାରି ନଥିଲେ । ଟ୍ରେନଟି ତାଙ୍କୁ ଧକ୍କା ଦେଇଥିଲା । ଫଳରେ ତାଙ୍କର ମୃତ୍ୟୁ ହୋଇଛି । ତେବେ ମୃତ ଯୁବକଙ୍କ ପରିଚୟ ମିଳିପାରିନଥିବା ବେଳେ ଘଟଣାସ୍ଥଳରେ ଜିଆରପି ଓ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Leave A Reply

Your email address will not be published.