ଭବାନୀପାଟଣାରେ ବିଜେପିର ହର୍‌ ଘର୍‌ ତ୍ରିରଙ୍ଗା କାର୍ଯ୍ୟକ୍ରମ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ୱାନ କ୍ରମେ ବିଜେପି ପକ୍ଷରୁ ତ୍ରିରଙ୍ଗା ଶୋଭାଯାତ୍ରା ଆୟୋଜନ କରାଯାଉଛି । ଏହି ପରିପ୍ରେକ୍ଷୀରେ ଭବାନୀପାଟଣାରେ ଆଜି ଭାରତୀୟ ଜନତା ପାର୍ଟି ପକ୍ଷରୁ ହର୍‌ ଘର୍‌ ତ୍ରିରଙ୍ଗା କାର୍ଯ୍ୟକ୍ରମ ମହାସମାରୋହରେ ଆୟୋଜନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଯୋଗ ଦେଇଥିଲେ । ଏହି ଅବସରରେ ଏକ ବିରାଟ ବାଇକ୍‌ ଶୋଭାଯାତ୍ରା ସହର ପରିକ୍ରମା କରିଥିଲା । ଏଥିରେ ୫୦୦ରୁ ଅଧିକ ବାଇକ ସାମିଲ ହୋଇଥିଲା । ଏହି ଅବସରରେ ମନ୍ତ୍ରୀ ଶ୍ରୀ ପୂଜାରୀ ଶ୍ରେଷ୍ଠ ଭାରତ ବର୍ଷ, ଶ୍ରେଷ୍ଠ ଓଡିଶା, ଆଧୁନିକ ଓଡିଶା ଗଠନ ପାଇଁ ଭାଜପା ସରକାର ପ୍ରତିଶୃତିବଦ୍ଧ, କଳାହାଣ୍ଡି ବିକାଶ ଭାଜପାର ଦାୟିତ୍ୱ ବୋଲି ମତ ପ୍ରକାଶ କରିଥିଲେ ।

Leave A Reply

Your email address will not be published.