oom

କଲମପୁର ବ୍ଲକ ପ୍ରଶାସନ ପକ୍ଷରୁ ହର୍‌ ଘର୍‌ ତ୍ରିରଙ୍ଗା କାର୍ଯ୍ୟକ୍ରମ

jsmm

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନ କ୍ରମେ ‘ହର୍‌ ଘର୍‌ ତ୍ରିରଙ୍ଗା’ ଅଭିଯାନ ଚାଲିଥିବାବେଳେ ଆଜି କଳାହାଣ୍ଡି ଜିଲ୍ଲା କଲମପୁର ପଞ୍ଚାୟତ ସମିତି ପକ୍ଷରୁ ହର୍‌ ଘର୍‌ ତ୍ରିରଙ୍ଗା କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ବ୍ଲକ ପରିସରରୁ ଏକ ବିଶାଳ ଶୋଭାଯାତ୍ରା ବାହାରି କଲମପୁର ସହରପରିକ୍ରମା କରିଥିଲା । ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିଜୟ କୁମାର ମାଣ୍ଡାଙ୍ଗିଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ, ମିଶନଶକ୍ତିର ଶିକ୍ଷୟିତ୍ରୀ, ବ୍ଲକ ଏବଂ ପଞ୍ଚାୟତ ସ୍ତରୀୟ ସଭାନେତ୍ରୀ, ସମ୍ପାଦିକା, ସଭ୍ୟା, ଏମ୍‌ବିକେ, ବ୍ୟାଙ୍କ ମିତ୍ର, ସିଆର୍‌ପି, ଏସ୍‌ଏଚ୍‌ଜି ମହିଳା, କଲେଜ ଛାତ୍ରଛାତ୍ରୀ, ଅଧ୍ୟାପକ, ଅଧ୍ୟାପିକାଙ୍କ ସମେତ ବ୍ଲକର ସମସ୍ତ କର୍ମଚାରୀ, ବ୍ଲକ ବିଜେପି କର୍ମକର୍ତ୍ତା ଓ ସାଧାରଣ ଜନତା ସମସ୍ତେ ହାତରେ ଜାତୀୟ ପତାକା ଧରି ନଗର ପରିକ୍ରମା କରିଥିଲେ । କଲମପୁର ବଜାରରେ ଥିବା ଡ. ବିଆର୍‌ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା । କଲମପୁର ଥାନ ପକ୍ଷରୁ ଏହି ଶୋଭାଯାତ୍ରାରେ ଶାନ୍ତି ଶୃଙ୍ଖଳା ରକ୍ଷା କରାଯାଇଥିଲା ।

jittmm
Leave A Reply

Your email address will not be published.