ଟ୍ରକ ଧକ୍କାରେ ଯୁବକଙ୍କ ମୃତ୍ୟୁ

ପାଟଣା : କେନ୍ଦୁଝର ଜିଲା ତୁରୁମୁ୍ଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ବଜାର ନିକଟରେ ଟ୍ରକ ଧକ୍କାରେ ଜଣେ ଯୁବକର ମୃତ୍ୟୁ ଘଟିଛି । ମୃତ ଯୁବକ ଜଣକ ବାଉଁଶୁଳି ଗ୍ରାମର ଫକିର ମହାକୁଡ଼ (୩୫) ବୋଲି ଜଣାପଡିଛି । ସେ ଆଜି ଖିରେଇଟାଙ୍ଗିରୀ ସାପ୍ତାହିକ ହାଟକୁ ଆସିଥିବା ବେଳେ ରାସ୍ତାର ଗୋଟିଏ ପାର୍ଶ୍ୱରୁ ଅନ୍ୟ ପାର୍ଶ୍ୱକୁ ଯିବା ସମୟରେ ତୁରୁମୁ୍ଙ୍ଗାରୁ କେନ୍ଦୁଝର ଅଭିମୁଖେ ଯାଉଥିବା ଏକ ଟ୍ରକ ତାଙ୍କୁ ଧକ୍କା ଦେଇଥିଲା । ଫଳରେ ତାଙ୍କର ଘଟଣା ସ୍ଥଳରେ ମୃତ୍ୟୁ ଘଟିଥିଲା । ଘଟଣା ସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିବା ବେଳେ ଖବର ପାଇ ତୁରୁମୁ୍ଙ୍ଗା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି ।

Leave A Reply

Your email address will not be published.

nineteen − 14 =

error: Content is protected !!