ହୁମା ନିକଟରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ରମ୍ଭା ଥାନା ହୁମା ଫାଣ୍ଡି ଅନ୍ତର୍ଗତ ହୁମ୍ମା ଗଳାଶଙ୍ଖ ନିକଟରେ ଏକ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଥିବା ଜଣାପଡିଛି । ଖବର ପାଇ ହୁମା ଫାଣ୍ଡି ଅଧିକାରୀ ଦେବଦତ୍ତ ପ୍ରିୟଦର୍ଶୀ ଘଟଣା ସ୍ଥଳରେ ପହଂଚି ମୃତଦେହ ଉଦ୍ଧାର କରିବା ସହ ଫରେନସିକ୍‌ ଟିମ୍‌କୁ ଅବଗତ କରିଥିଲେ । ଫରେନସିକ୍‌ ଟିମ୍‌ ଆସି ବିଭିନ୍ନ ଦିଗକୁ ନେଇ ତଦନ୍ତ କରିଥିଲେ ଏବଂ ଶବ ବ୍ୟବଚ୍ଛେଦ ନିମନ୍ତେ ଛତ୍ରପୁର ମେଡିକାଲ ପଠାଯାଇଛି । ପରେ କେଶ ନଂ. ୫/୨୩ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଥିବା ହୁମା ଫାଣ୍ଡି ପୋଲିସ ପକ୍ଷରୁ କୁହାଯାଇଛି ।

Leave A Reply

Your email address will not be published.