pakka

ଅଚିହ୍ନା ଯୁବକଙ୍କ ମୃତଦେହ ଉଦ୍ଧାର

bbehera

ଉଦଳା : ମୟୁରଭଞ୍ଜ ଜିଲ୍ଲା ଉଦଳା ଥାନା ଚୁଳିଆପୋଷି କେନାଲ ରାସ୍ତାରୁ ଅଚିହ୍ନା ଯୁବକଙ୍କ ମୃତଦେହ ଠାବ ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି । ସୂଚନା ଅନୁଯାୟୀ, ଉଦଳା ଥାନା ଚୁଳିଆପୋଷି କେନାଲ ରାସ୍ତାରୁ ଆଜି ସକାଳୁ ଜଣେ ଯୁବକଙ୍କ ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ । ଏନେଇ ଉଦଳା ଥାନାକୁ ଖବର ଦେବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ତଦନ୍ତ ଆରମ୍ଭ କରିଛି । ତେବେ ଯୁବକଙ୍କ ଘର କପ୍ତିପଦା ଥାନା ମହିଷାସୁରୀ ଅଞ୍ଚଳର ହୋଇଥିବା ଅନୁମାନ କରାଯାଉଥିବା ବେଳେ ତାଙ୍କ ନାମ ଏବେ ସୁଦ୍ଧା ଜଣାପଡିନାହିଁ । ମୃତକ ଜଣକ ଗୋରୁ ଜଗୁଆଳି ଭାବେ କାର୍ଯ୍ୟ କରୁଥିବା ସ୍ଥାନୀୟ ଲୋକଙ୍କ ନିକଟରୁ ପୋଲିସ୍ ଜାଣିବାକୁ ପାଇଛି । ହେଲେ ଯୁବକଙ୍କର ମୃତ୍ୟୁ କିପରି ହେଲା ତାହା ଅସ୍ପଷ୍ଟ ରହିଛି ।

jay balangir
Leave A Reply

Your email address will not be published.

one × five =

error: Content is protected !!