କେନାଲରୁ ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର

ବେଲପଡ଼ା, (ଭୋଜରାଜ ଦଣ୍ଡସେନା) : ବଲାଙ୍ଗିର ଜିଲ୍ଲା ପାଟଣାଗଡ ଥାନା ମରୁଆ ଗାଁ ନିକଟ ଏକ କେନାଲ ଭିତରୁ ଜଣେ ଅଚିହ୍ନା ବ୍ୟକ୍ତିଙ୍କ ଗଳିତ ମୃତଦେହ ଠାବ କରିଛି ପାଟଣାଗଡ ପୋଲିସ । ମୃତ ବ୍ୟକ୍ତି ଜଣକ ସ୍ଥାନୀୟ ଅଞ୍ଚଳର ହୋଇ ନଥିବା ଜଣା ପଡୁଥିବା ବେଳେ ପରିଚୟ ମିଳି ପାରିନାହିଁ । ପାରିପାର୍ଶ୍ବିକ ସ୍ଥିତିରୁ ଏହା ହତ୍ୟା, ଆତ୍ମହତ୍ୟା ନା ସାଧାରଣ ମୃତ୍ୟୁ ଜଣା ପଡୁନାହିଁ । ପାଟଣାଗଡ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ସାଇଣ୍ଟିଫିକ ଟିମକୁ ଖବର ଦିଆଯାଇଥିବା ସୂଚନା ରହିଛି ।

Leave A Reply

Your email address will not be published.