pakka

ରାସ୍ତାକଡରୁ ଯୁବକଙ୍କ ମୃତଦେହ ଉଦ୍ଧାର : ହତ୍ୟା ସନ୍ଦେହ

bbehera

ଦେବଗଡ଼ : ଦେବଗଡ ଥାନା ଲଇମୁରା ଫାଣ୍ଡି ଅନ୍ତର୍ଗତ କନ୍ଦର୍ପ ଗ୍ରାମରୁ ଜଣେ ଯୁବକଙ୍କର କ୍ଷତାକ୍ତ ମୃତଦେହ ଉଦ୍ଧାର କରାଯାଇଛି । ମୃତ ଯୁବକଙ୍କ ନାମ ବିଜୟ କିସାନ(୩୭) ଓ ତାଙ୍କ ଘର ନିକଟସ୍ଥ ପାଣିଭଣ୍ଡାର ଗ୍ରାମରେ ବୋଲି ଜଣାପଡିଛି । ମିଳିଥିବା ସୂଚନା ଅନୁଯାୟୀ, ଗତକାଲି ସକାଳେ କେତେକ ଗ୍ରାମବାସୀ କନ୍ଦର୍ପ ଗ୍ରାମର ଏକ ରାସ୍ତା କଡରେ ବିଜୟଙ୍କ କ୍ଷତାକ୍ତ ମୃତଦେହ ପଡିଥିବା ଦେଖି ପରିବାର ଲୋକଙ୍କୁ ସୂଚନା ଦେଇଥିଲେ । ପରିବାର ଲୋକେ ଏନେଇ ଲଇମୁରା ଫାଣ୍ଡି ପୁଲିସକୁ ସୂଚନା ଦେବାରୁ ପୁଲିସ ଘଟଣାସ୍ଥଳରେ ପହଂଚି ବିଜୟଙ୍କ ମୃତଦେହ ଜବତ କରିବା ସହ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି । ସେହିପରି ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ଗତକାଲି ସଂଧ୍ୟାରେ ଦେବଗଡ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି । ମାତ୍ର ସଂଧ୍ୟା ହୋଇଯାଇଥିବାରୁ ମୃତଦେହ ବ୍ୟବଚ୍ଛେଦ କରାଯାଇପାରିନାହିଁ । ବ୍ୟବଚ୍ଛେଦ ପରେ ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ପୁଲିସ ସୂତ୍ରରୁ ସୂଚନା ମିଳିଛି । ମୃତ୍ୟୁର କାରଣ ବର୍ତ୍ତମାନ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନଥିବା ବେଳେ ପାରିପାର୍ଶ୍ବିକ ପରିସ୍ଥିତିରୁ ଏହା ଏକ ହତ୍ୟାକାଣ୍ଡ ହୋଇଥାଇପାରେ ବୋଲି ଗ୍ରାମବାସୀମାନେ ସନ୍ଦେହ କରୁଛନ୍ତି । ତେବେ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ପୁଲିସ ପକ୍ଷରୁ କୁହାଯାଇଛି ।

jay balangir
Leave A Reply

Your email address will not be published.

8 − 8 =

error: Content is protected !!