ରେଳ ଧାରଣାରୁ ଅଜଣା ଶବ ଉଦ୍ଧାର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ରେଳ ଧାରଣାରୁ ଅଜଣା ବ୍ୟକ୍ତିଙ୍କ ଶବ ଉଦ୍ଧାର କରାଯାଇଥିବା ଜଣାପଡିଛି । ବେହେରାପାଲି ରେଳୱେ ଓଭରବ୍ରିଜ ନିକଟରୁ ଜିଆର୍‌ପି ପୁଲିସ ଏହି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ଓ ହସ୍‌ପିଟାଲକୁ ପଠାଇଥିବା ଜଣାପଡିଛି । ମୃତ ବ୍ୟକ୍ତିଙ୍କ ବୟସ ପ୍ରାୟ ୪୫ ବର୍ଷ ହେବ ଓ ସେ ଟ୍ରେନ୍‌ ଆଗକୁ ଡେଇଁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି ।

Leave A Reply

Your email address will not be published.

error: Content is protected !!