ବୈଜ୍ଞାନିକ ସନ୍ଦୀପ ମିଶ୍ରଙ୍କ ମୃତଦେହ ଉଦ୍ଧାର : କାରଣ ଅସ୍ପଷ୍ଟ

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଘରୁ ବୈଜ୍ଞାନିକ ସନ୍ଦୀପ ମିଶ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଥିବା ବେଳେ ଘଟଣାର ଛାନ୍‌ଭିନ୍ କରୁଛି ପୋଲିସ । ସୂଚନା ଅନୁଯାୟୀ, ସ୍ତନ କର୍କଟ ରୋଗର ଚିକିତ୍ସା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ନିଭାଇଥିବା ଆଇଏଲ୍‌ଏସ୍ ବୈଜ୍ଞାନିକ ସନ୍ଦୀପ ମିଶ୍ରଙ୍କ ଆତ୍ମହତ୍ୟା ଖବର ସାମ୍ନାକୁ ଆସିଛି । ଶନିବାର ଭୁବନେଶ୍ୱର ସ୍ଥିତ ବାସଭବନରେ ସେ ଆତ୍ମହତ୍ୟା କରିଥିଲେ । ପରେ ସ୍ଥାନୀୟ ଲୋକ ଏନେଇ ପୋଲିସକୁ ଖବର ଜଣାଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରିଥିଲା । ପରେ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ବୈଜ୍ଞାନିକ ସନ୍ଦୀପ ମିଶ୍ରଙ୍କୁ ମୃତ ଘୋଷଣା କରିଥିଲେ । ପରେ ପୋଲିସ ମୃତଦେହକୁ ଶବ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ୍‌ ହସ୍ପିଟାଲକୁ ପଠାଇଥିଲା । ଜଣେ ବୈଜ୍ଞାନିକ ଆତ୍ମହତ୍ୟା ଭଳି ପଦକ୍ଷେପ ନେବାରୁ ଏହି ଘଟଣା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି । ତେବେ ଏପର୍ଯ୍ୟନ୍ତ ଆତ୍ମହତ୍ୟା ପଛର କାରଣ ଜଣାପଡ଼ିନାହିଁ । ଏନେଇ ପୋଲିସ ତଦନ୍ତ ଜାରୀ କରୁଛି ।

Leave A Reply

Your email address will not be published.