୭ରେ ରମାଦେବୀ ପ୍ରେକ୍ଷାଳୟ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆସନ୍ତା ୧୦ ତାରିଖରେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହେବ । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗ ଦେବେ । ବିଶ୍ୱବିଦ୍ୟାଳୟର କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

ସମାବର୍ତ୍ତନ ଉତ୍ସବ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍‌ରେ ନୂଆ ଭାବେ ତିଆରି ହୋଇଥିବା ରମାଦେବୀ ପ୍ରେକ୍ଷାଳୟରେ ଅନୁଷ୍ଠିତ ହେବ । ତେଣୁ ସମାବର୍ତ୍ତନ ଉତ୍ସବ ପୂର୍ବରୁ ଆସନ୍ତା ୭ ତାରିଖ ସନ୍ଧ୍ୟା ୫ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରମାଦେବୀ ପ୍ରେକ୍ଷାଳୟକୁ ଉଦ୍‌ଘାଟନ କରିବେ ବୋଲି ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି । ରାଷ୍ଟ୍ରୀୟ ଉଚ୍ଚତର ଶିକ୍ଷା ଅଭିଯାନ(ରୁସା) ଓ ରାଜ୍ୟ ସରକାରଙ୍କ ପାଣ୍ଠି ବିନିଯୋଗ ହୋଇ ଏହି ପ୍ରେକ୍ଷାଳୟ ନିର୍ମାଣ କରାଯାଇଛି ।

Leave A Reply

Your email address will not be published.

5 × five =

error: Content is protected !!