centurian jitm

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉଚ୍ଚ ଶକ୍ତି ସଂପନ୍ନ ଗ୍ରୀଡ ସବ୍‌ଷ୍ଟେସନ ଉଦ୍‌ଘାଟନ

nschool

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି ଭିଡିଓ କନ୍ଫରେନ୍ସିଂ ଯୋଗେ ରାୟଗଡା, ନବରଂଗପୁର, କଳାହାଣ୍ଡି, ସମ୍ବଲପୁର, କେନ୍ଦୁଝର ଓ ଖୋର୍ଦ୍ଧା ଜିଲ୍ଲାରେ ୬ଟି ଉଚ୍ଚ ଶକ୍ତି ସଂପନ୍ନ ଗ୍ରୀଡ ସବ୍‌ଷ୍ଟେସନ ଓ ବଲାଙ୍ଗିର-କେସିଙ୍ଗାରେ ୨୨୦ କେଭି ଟ୍ରାନ୍ସମିଶନ ଲାଇନ ଉଦ୍‌ଘାଟନ କରିଛନ୍ତି । ଲୋକଙ୍କୁ ଗୁଣାତ୍ମକ ତଥା ନିର୍ଭରଯୋଗ୍ୟ ବିଦ୍ୟୁତ ସେବା ଯୋଗାଇ ଦେବାରେ ଏହା ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି । ଏହି ୬ଟି ଉଚ୍ଚଶକ୍ତି ସଂପନ୍ନ ଗ୍ରୀଡ ସବ୍‌ଷ୍ଟେସନ ଓ ଗୋଟିଏ ୨୨୦ କେଭି ଡବଲ ସର୍କିଟ ଟ୍ରାନସ୍‌ମିଶନ ଲାଇନ ପାଇଁ ୪୫୦ କୋଟି ଟଙ୍କା ବିନିଯୋଗ ହୋଇଛି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହି ନୂତନ ବ୍ୟବସ୍ଥା ଦ୍ୱାରା କଳାହାଣ୍ଡି, ରାୟଗଡା, ନବରଂଗପୁର, କେନ୍ଦୁଝର, ସମ୍ବଲପୁର ଓ ଖୋର୍ଦ୍ଧା ଜିଲ୍ଲାର ଚାଷୀ, ଛାତ୍ରଛାତ୍ରୀ ଓ ମା’ମାନେ ବିଶେଷ ଉପକାର ପାଇବେ । କ୍ଷୁଦ୍ର ଶିଳ୍ପ ଓ ଜଳସେଚନ ପ୍ରକଳ୍ପ ଗୁଡିକ ମଧ୍ୟ ଉପକାର ପାଇବେ ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଛନ୍ତି ।

Leave A Reply

Your email address will not be published.