oom

କଳାହାଣ୍ଡି ଉତ୍ସବ ଘୁମୁରା- ୨୦୨୩ ଉଦ୍‌ଘାଟିତ

jsmm

ଲାଞ୍ଜିଗଡ : କଳା ସଂସ୍କୃତିକୁ ବଞ୍ଚାଇ ରଖିବା ପାଇଁ ପ୍ରତି ବର୍ଷ କଳାହାଣ୍ଡି ଉତ୍ସବ ଘୁମୁରା ପାଳନ କରାଯାଇଥାଏ । ହେଲେ ବିଗତ ଦୁଇ ବର୍ଷ ହେଲା କରୋନା କଟକଣା ଯୋଗୁଁ ସମସ୍ତ ସାଂସ୍କୃତିକ କାର୍ଯ୍ୟକ୍ରମକୁ ବନ୍ଦ କରାଯାଇଥିଲା । ଚଳିତ ବର୍ଷ କଳାହାଣ୍ଡି ଉତ୍ସବ ଧୁମ୍‌ଧାମ୍‌ରେ ପାଳନ କରିବା ପାଇଁ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି । ଗତକାଲି କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ଭଟାଙ୍ଗପଦର ପଞ୍ଚାୟତରୁ ଏହି କଳାହାଣ୍ଡି ଉତ୍ସବର ଶୁଭ ଉଦ୍‌ଘାଟନ କରାଯାଇଛି । ଏହି ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ ଯୋଗଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ, ଜିଲ୍ଲା ସଂସ୍କୃତି ଅଧିକାରୀ ଅର୍ପିତା ବେହେରା, ଜିଲ୍ଲା ଶିକ୍ଷା ଅଧିକାରୀ ଶୁସାନ୍ତ ଚୋପଦାର, ଲାଞ୍ଜିଗଡ ବିଡିଓ ଜିତେନ୍ଦ୍ର କୁମାର ମିଶ୍ର, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଉପସ୍ଥିତ ଥିଲେ । ଏହି ଅବସରରେ କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୩ର ନୂତନ ଲୋଗୋ ଉନ୍ମୋଚନ ହୋଇଯାଇଛି ।

jittmm
Leave A Reply

Your email address will not be published.