oom

ମାୟାବର୍ହା ହାଇସ୍କୁଲରେ ବାର୍ଷିକ କ୍ରୀଡା ଉତ୍ସବ ଉଦ୍‌ଘାଟିତ

jsmm

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ମାୟାବର୍ହା ହାଇସ୍କୁଲରେ ବାର୍ଷିକ କ୍ରୀଡା ଉତ୍ସବ ଉଦ୍‌ଘାଟିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ରବିଚନ୍ଦ୍ର ପଶାୟତ ଭବ୍ୟ ସଭାରେ ଅଧ୍ୟକ୍ଷତା କରିଥିଲେ । ମୁଖ୍ୟ ଅତିଥି ଭାବରେ ଜିଲ୍ଲା ପରିଷଦ ସଦସ୍ୟ ଗଣେଷ ଭୋଇ, ମାୟାବର୍ହା ସେବା ସମବାୟ ସମିତିର ସଭାପତି ରାଧାକାନ୍ତ ଯୁଆଡି, ଅବସରପ୍ରାପ୍ତ ଶିକ୍ଷକ ମନୋଜ କୁମାର ପୂଜାରୀ ସମ୍ମାନିତ ଅତିଥି ଭାବରେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ପାଠ ପଢ଼ିବା ସହିତ ଖେଳ ପ୍ରତି ମନଦୃଢ଼ କଲେ ଜୀବନରେ ସଫଳ ହେବେ ବୋଲି ମତବ୍ୟକ୍ତ କରିଥିଲେ । ଶିକ୍ଷକ ନନ୍ଦିଘୋଷ ବାରିକ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିବା ବେଳେ ବରିଷ୍ଠ ଶିକ୍ଷକ ଦୀନବନ୍ଧୁ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ । ବାଳକ ଓ ବାଳିକା ବିଭାଗରେ ସର୍ବମୋଟ ୧୪ ଗୋଟି ବିଭାଗରେ ଖେଳ ପ୍ରତିଯୋଗିତା ଆୟୋଜିତ ହେବ ।

jittmm
Leave A Reply

Your email address will not be published.