ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ସ୍ଥିତ ଓକିଲ ସଂଘଠାରେ ବୁଧବାର ସଭାଗୃହ ନବୀକରଣ ଓ ଶୀତତାପ ନିୟନ୍ତ୍ରିତ ଯନ୍ତ୍ରଙ୍କୁ ଉଦ୍ଘାଟିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟଅତିଥି ଭାବରେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ଯୋଗଦାନ କରି ନୂତନ ନବୀକରଣ ସଭାଗୃହ ଓ ୩ ଗୋଟି ନୂତନ ଶୀତତାପ ନିୟନ୍ତ୍ରିତ ଯନ୍ତ୍ର (ଏସି)କୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଥିଲେ । ଏହାପରେ ସଂଘ ସଭାପତି ମାନଭଞ୍ଜନ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ମୁଖ୍ୟଅତିଥି ବିଶି ଓକିଲ ସଂଘ କର୍ମକର୍ତ୍ତାଙ୍କୁ ଧନ୍ୟବାଦ ଜଣାଇବା ସହ ଆଗାମୀ ଦିନରେ ସମସ୍ତ କାର୍ଯ୍ୟ ଉପରେ ଗୁରୁତ୍ୱ ଦିଆଯିବ ବୋଲି ପ୍ରକାଶ କରିଥିଲେ । ଶେଷରେ ସମ୍ପାଦକ ଜପେଶ୍ୱର ଯାନୀ ଧନ୍ୟବାଦ ପ୍ରଦାନ କରିଥିଲେ । ଏଥିରେ ସଂଘର କର୍ମକର୍ତ୍ତା ତଥା ସଦସ୍ୟମାନେ ଉପସ୍ଥିତ ଥିଲେ ।