ଭଞ୍ଜପୁର ଜଗଦ୍ଧାତ୍ରୀ ମେଳା ୨୦୨୫ ଉଦଘାଟିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ବାରିପଦା ସ୍ଥାନୀୟ ଭଞ୍ଜପୁରଠାରେ ଉତ୍ତର ଓଡିଶାର ପ୍ରସିଦ୍ଧ ଜଗଦ୍ଧାତ୍ରୀ ମେଳା ଅନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି । କାର୍ଯ୍ୟକାରୀ ସଭାପତି ନଗରପାଳ କୃଷ୍ଣା ନନ୍ଦ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଘାଟନୀ ସଭାରେ ମୁଖ୍ୟ ଅତିଥି ଭାବେ ରାଜ୍ୟସଭା ସାଂସଦ ମମତା ମହାନ୍ତ, ବିଶିଷ୍ଟ ଅତିଥି ଭାବେ ଜିଲ୍ଲାପାଳ ହେମକାନ୍ତ ସୟ ଓ ସମ୍ମାନିତ ଅତିଥିଭାବେ ଆରକ୍ଷୀ ଅଧିକ୍ଷକ ବରୁଣ ଗୁଣ୍ଟୁପାଲି ଯୋଗଦେଇ ମେଳାକୁ ଉଦଘାଟନ କରିବା ସହ ମେଳାର ଉତ୍ତରୋତ୍ତର ଉନ୍ନତି କାମନା କରିଥିଲେ । ମୁଖ୍ୟ ସାଧାରଣ ସମ୍ପାଦକ ଦର୍ପ ନାରାୟଣ ପାଲ ଧନ୍ୟବାଦ ଅର୍ପଣ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ସାଂସ୍କୃତିକ ସମ୍ପାଦକ କିଶୋର ପଲେଇ, ପୂଜା ସମ୍ପାଦକ ରସିକାନନ୍ଦ ମିଶ୍ର, ମେଳା ସମ୍ପାଦକ ପ୍ରସନ୍ନଜିତ ମହାନ୍ତି ଓ ବରିଷ୍ଠ ସଦସ୍ୟ ପ୍ରିତମ ପଣ୍ଡା ଉପସ୍ଥିତ ଥିଲେ । ଗଣମାଧ୍ୟମ ସଂଯୋଜକ ସୋମନାଥ ସିଂହ ମଞ୍ଚ ପରିଚାଳନା କରିଥିଲେ । ରାଜଗାଙ୍ଗପୁରର ରେନବୋ କଳାକେନ୍ଦ୍ର ପ୍ରଥମେ ନବଦୁର୍ଗା ନୃତ୍ୟ ପରିବେଷଣ କରିଥିଲେ । ପରେ ପରେ ପୂର୍ଣ୍ଣଚନ୍ଦ୍ର ପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଆକର୍ଷଣୀୟ ନୃତ୍ୟ ପରିବେଶଣ କରିଥିଲେ । କୁନିକୁନି କଳାକାର ମାନଙ୍କ ଓଡ଼ିଶୀ, ସମ୍ବଲପୁରୀ, ଝୁମର ନୃତ୍ୟ ଦର୍ଶକଙ୍କୁ ବିମୋହିତ କରିଥିଲା । ଅଭିଷେକ ସିଂହ ଓ ଆଲୋକ ବାରିକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ୧୪ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁଥିବା ଏହି ମେଳାରେ ଜିଲ୍ଲା ତଥା ଜିଲ୍ଲା ଏବଂ ରାଜ୍ୟ ପ୍ରାୟ ୩ ଶହରୁ ଉର୍ଦ୍ଧଷ୍ଟଲ ପ୍ରଦର୍ଶିତ ହୋଇଛି ବୋଲି ଷ୍ଟଲ ସମ୍ପାଦକ ସପନ ପଣ୍ଡାଙ୍କ ସୂତ୍ରରୁ ପ୍ରକାଶ ।

Leave A Reply

Your email address will not be published.