ଆତ୍ମସୁରକ୍ଷା ତାଲିମ ଶିବିର ଉଦଘାଟିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହା ବିଦ୍ୟାଳୟ ପରିସରରେ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅଧିକାରୀ ପ୍ରାଧ୍ୟାପିକା ଝୁନୁ ପରିଡ଼ାଙ୍କ ସଭାପତିତ୍ୱରେ ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି । ଆଜିର ସମାଜରେ ନିଜର ସୁରକ୍ଷା ପାଇଁ ଆତ୍ମବିଶ୍ୱାସ ଓ କୌଶଳ ଶିଖିବାର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ଏଥିରେ ଅନ୍ୟତମ ପ୍ରୋଗ୍ରାମ ଅଫିସର ଅଧ୍ୟାପିକା ବୁନି ସାହୁ ଯୋଗଦେଇ କାର୍ଯ୍ୟକ୍ରମର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ । ପ୍ରଶିକ୍ଷଣ ଦ୍ୱାରା ଛାତ୍ରୀମାନେ ଶାରୀରିକ ଓ ମାନସିକ ସ୍ତରରେ ସଶକ୍ତ ହୋଇ ପାରିବେ ବୋଲି ସେ ମତବ୍ୟକ୍ତ କରିଥିଲେ । ଏହି ସଭା ମଞ୍ଚରେ ସମ୍ମାନିତ ଅତିଥି ଭାବେ ଅଧ୍ୟାପିକା ରୀନା ଧର୍ମବିନାୟକ ଓ ସୁରେଶ୍ୱରୀ ପାଣ୍ଡେ ଯୋଗଦେଇ ଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ । ପରିଶେଷରେ ଅଧ୍ୟାପିକା ଡ. ସସ୍ମିତା ମେହେର ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଶିବିରରେ ମହାବିଦ୍ୟାଳୟର +୨ ଓ +୩ ଶ୍ରେଣୀର ଶତାଧିକ ଛାତ୍ରୀ ଅତ୍ୟନ୍ତ ଉତ୍ସାହର ସହ ଅଂଶଗ୍ରହଣ କରିଥିଲେ । ଆଗାମୀ ଦିନରେ ଛାତ୍ରୀମାନଙ୍କୁ ବିଭିନ୍ନ ପ୍ରକାରର ଆତ୍ମ ସୁରକ୍ଷା କୌଶଳ ପ୍ରଶିକ୍ଷଣ ଦିଆଯିବାର ବ୍ୟବସ୍ଥା କରାଯାଇଛି ।

Leave A Reply

Your email address will not be published.