ବୌଦ୍ଧରେ ନିଦ୍ରାକରଣ ଔଷଧ ଓ ମାନସିକ ପଦାର୍ଥ ଗୋଦାମ ଉଦ୍‌ଘାଟିତ

ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧରେ ବ୍ୟାପକ ଭାବରେ ନିଶା କାରବାର ବୃଦ୍ଧି ପାଉଥିବା ବେଳେ ଅବକାରୀ ଓ ପୋଲିସ ବିଭାଗ ପକ୍ଷରୁ ଚଢାଉ ଜାରି ରହିଛି । ତେବେ ଜବତ ହେଉଥିବା ନିଶା ପଦାର୍ଥ ରଖିବାକୁ ମାଲଖାନାର ଅଭାବ ରହିଥିଲା । ତେଣୁ ଜିଲ୍ଲାରେ ଅବକାରୀ ବିଭାଗ ପକ୍ଷରୁ ୮୦ ଲକ୍ଷ ଟଙ୍କା ବ୍ୟୟରେ ଏକ ନିଦ୍ରାକରଣ ଔଷଧ ଓ ମାନସିକ ପଦାର୍ଥ ଗୋଦାମ ଗୃହ ନିର୍ମାଣ କରାଯାଇ ସୋମବାର ଆନୁଷ୍ଠାନିକ ଭାବରେ ଉଦ୍‌ଘାଟିତ ହୋଇଯାଇଛି । ରାଜ୍ୟ ପଞ୍ଚାୟତିରାଜ, ଜଙ୍ଗଲ ଓ ପରିବେଶ ଏବଂ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ପ୍ରଦୀପ କୁମାର ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଏହି ଗୋଦାମ ଘରକୁ ଉଦ୍‌ଘାଟନ କରିଥିଲେ । ଏହି ଅବସରରେ ଅନ୍ୟତମ ଅତିଥି ଭାବରେ ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ର, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଜ୍ଞାନରଞ୍ଜନ ମହାନ୍ତି, ଅବକାରୀ ଅଧିକ୍ଷକ କ୍ରିଷ୍ଣା ନାଏକ ଏବଂ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ରିତାକାନ୍ତି ବଳିୟାରସିଂହ ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.