ବିଦ୍ୟାଳୟ ପରିସରରେ ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ଉଦ୍‌ଘାଟିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୧୬ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ(କ) ଠାରେ ଛାତ୍ରଛାତ୍ରୀଙ୍କ ନିମନ୍ତେ ଏକ ସ୍ୱଚ୍ଛ ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ଉଦ୍‌ଘାଟିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ କବିତା ପତିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏକ ନିରାଡମ୍ବର ଉତ୍ସବରେ ସମାଜସେବୀ ସଂଜୁକ୍ତା ରାଜଗୁରୁ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ପ୍ରକଳ୍ପକୁ ଉଦ୍‌ଘାଟନ କରିଥିଲେ । ସୂଚନା ଯୋଗ୍ୟ ଯେ, ଶ୍ରୀମତୀ ମହାପାତ୍ର ନିଜ ସାମାଜିକ ଦାୟିତ୍ୱବୋଧର ପ୍ରତିବଦ୍ଧତା ନେଇ ତଥା ସ୍ୱାମୀ ସ୍ୱର୍ଗତ କର୍ଣ୍ଣେଲ ଡାକ୍ତର ରାଜକିଶୋର ରାଜଗୁରୁ ମହାପାତ୍ରଙ୍କ ସ୍ମୃତି ଉଦ୍ଦେଶ୍ୟରେ ଏହି ପ୍ରକଳ୍ପଟିକୁ ବିଦ୍ୟାଳୟକୁ ପ୍ରଦାନ କରିଛନ୍ତି । ଅନ୍ୟ ଅତିଥିଙ୍କ ମଧ୍ୟରେ ଅବସରପ୍ରାପ୍ତ ବରିଷ୍ଠ ଶିକ୍ଷକ ତଥା ଜାତୀୟ ଫୁଟବଲ ରେଫରୀ ଭାସ୍କର ନନ୍ଦ ଓ ଆରପିଏଲ କ୍ଲଷ୍ଟରର ସିଆରସିସି ଦୀପକ କୁମାର ସାମଲ ଉପସ୍ଥିତ ରହି ଶ୍ରୀମତୀ ମହାପାତ୍ରଙ୍କ ଏହି ଦାନକୁ ପ୍ରଶଂସା କରିବା ସହ ଏହା ଅନ୍ୟମାନଙ୍କୁ ପ୍ରେରଣା ଯୋଗାଇବ ବୋଲି କହିଥିଲେ । କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରୁଥିବା ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ପତି ଏଭଳି କାର୍ଯ୍ୟକୁ ସାଧୁବାଦ ଜଣାଇବା ସହ ଶ୍ରୀମତୀ ମହାପାତ୍ରଙ୍କୁ ବିଦ୍ୟାଳୟ ତରଫରୁ କୃତଜ୍ଞତା ଜଣାଇଥିଲେ । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀ ନିବେଦିତା ମହାପାତ୍ର, ରେଣୁବାଳା ରାଉତ, ଅମିତା ସାହୁ, କାବେରୀ ଭଞ୍ଜ ତଥା ବିଦ୍ୟାଳୟର ସମସ୍ତ ପାଚିକାଗଣ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

Leave A Reply

Your email address will not be published.

3 + 3 =

error: Content is protected !!