
ଗଞ୍ଜାମ : ଗଞ୍ଜାମ ଜିଲ୍ଲା ବୁଗୁଡ଼ା-ମୋଟାବାଡ଼ି ରାସ୍ତାକଡ଼ କାଜୁ ତୋଟାରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ ହେଉଛନ୍ତି ବୁଗୁଡ଼ା ସହରର ତଳ ଓଡ଼ିଆ ସାହିର ୩୨ ବର୍ଷୀୟ ସନ୍ତୋଷ ରାଉତ । ତାଙ୍କ ତଣ୍ଟି କଟାଯାଇଥିବା ବେଳେ ରକ୍ତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଥିଲା । ଖବର ପାଇ ବୁଗୁଡ଼ା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ସହ ଗୋଟିଏ ମୋବାଇଲ ଫୋନ୍ ଜବତ କରିଛି । ଯୁବକଙ୍କୁ କିଏ ଓ କାହିଁକି ହତ୍ୟା କରିଛି, ତାହା ଜାଣିବା ପାଇଁ ପୁଲିସ ତଦନ୍ତ ଜାରି ରଖିଛି । ଏଥିସହ ଘଟଣାରେ ସମ୍ପୃକ୍ତ ଆକ୍ରମଣକାରୀଙ୍କୁ ଧରିବା ପାଇଁ ପୁଲିସ ପକ୍ଷରୁ ଉଦ୍ୟମ ଚାଲିଛି । ଏହି ଘଟଣାକୁ ନେଇ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି ।