lika

ପାଇକମାଲ ବିନ୍ଧ୍ୟବାସିନୀ ସ୍ନାତକ ମହାବିଦ୍ୟାଳୟରେ ନୂଆ-ଓ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତାର ଉଦ୍‌ଯାପନୀ ଉତ୍ସବ ପାଳିତ

gbag

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବିନ୍ଧ୍ୟବାସିନୀ ସ୍ନାତକ ମହାବିଦ୍ୟାଳୟରେ ଓଡ଼ିଶା ସରକାରଙ୍କ ଦ୍ଵାରା ଆୟୋଜିତ ନୂଆ-ଓ କାର୍ଯ୍ୟକ୍ରମର ଓଡ଼ିଆ ସାହିତ୍ୟ ପ୍ରତିଯୋଗିତାର ଉଦ୍‌ଯାପନୀ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଲୋହିତ କୁମାର ବାରିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ଅଞ୍ଚଳ ମହାବିଦ୍ୟାଳୟର ଅଧ୍ୟକ୍ଷ ଲଳିତ ମୋହନ ପଣ୍ଡା ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ଓଡ଼ିଆ ଭାଷା ସାହିତ୍ୟ ଓ ଜଗନ୍ନାଥ ସଂସ୍କୃତି ସମ୍ପର୍କରେ ହୃଦୟସ୍ପର୍ଶୀ ଭାଷଣ ପ୍ରଦାନ କରିଥିଲେ । ସଭାର ସମ୍ମାନିତ ଅତିଥି ଭାବରେ ଅଞ୍ଚଳ ମହାବିଦ୍ୟାଳୟର ଅବସର ପ୍ରାପ୍ତ ରାଜନୀତି ବିଜ୍ଞାନ ବିଭାଗର ପ୍ରାଧ୍ୟାପକ ସରୋଜ କୁମାର ପ୍ରଧାନ ଯୋଗଦେଇ ଓଡ଼ିଆ ଭାଷାର ଇତିହାସ ବିଷୟରେ ଆଲୋଚନା କରି ଓଡ଼ିଆ ସଂସ୍କୃତିରେ ଜଗନ୍ନାଥ ଚେତନା ସମ୍ପର୍କିତ ବିଭିନ୍ନ ତଥ୍ୟ ଉପସ୍ଥାପନ କରିଥିଲେ । ଛାତ୍ରଛାତ୍ରୀମାନଙ୍କୁ ଓଡ଼ିଆ ଭାଷା ଓ ସଂସ୍କୃତିର ଉନ୍ନତି କରିବା ପାଇଁ ପ୍ରେରଣାଦାୟୀ ଭାଷଣ ପ୍ରଦାନ କରିଥିଲେ । ବିଗତ ତା.୧୧. ୦୧. ୨୦୨୪ ଗୁରୁବାରଠାରୁ ବିଭିନ୍ନ ପର୍ଯ୍ୟାୟରେ ସାତଗୋଟି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଓଡ଼ିଆ ଭାଷା ବିଷୟକ ଅନୁଷ୍ଠିତ ପ୍ରତିଯୋଗିତାରେ କୃତି ଛାତ୍ରଛାତ୍ରୀମାନଙ୍କୁ ମାନପତ୍ର, ଟ୍ରଫି ସହିତ ନଗଦ ରାଶି ପୁରସ୍କାର ଭାବରେ ବିତରଣ କରାଯାଇଥିଲା । ସଭାରେ ଇଂରାଜୀ ବିଭାଗର ଅଧ୍ୟାପକ ପ୍ରଦୀପ୍ତ କୁମାର ସାହୁ ପୁରସ୍କାର ବିତରଣ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମର ସଂଯୋଜକ ତଥା ଓଡ଼ିଆ ବିଭାଗୀୟ ମୁଖ୍ୟ ପ୍ରାଧ୍ୟାପକ ପ୍ରଭାତ କୁମାର ବିଶ୍ୱାଳ ସଭାକାର୍ଯ୍ୟକୁ ସଂଯୋଜନା କରିଥିଲେ । ଓଡ଼ିଆ ବିଭାଗର ଅଧ୍ୟାପକ ଦେବରାଜ ସାହୁ ସଭା ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ । ମହାବିଦ୍ୟାଳୟର ଅଧ୍ୟାପକ, ଅଧ୍ୟାପିକା ଓ ସମସ୍ତ କର୍ମଚାରୀ ବୃନ୍ଦ କାର୍ଯ୍ୟକ୍ରମକୁ ସଫଳ କରିବାରେ ସହଯୋଗ କରିଥିଲେ ।

babaa
Leave A Reply

Your email address will not be published.