ଯୁଧିଷ୍ଠିର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂଆ-ଓ ଓଡିଆ ସାହିତ୍ୟ ପ୍ରତିଯୋଗିତା ଓ ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର କାର୍ଯ୍ୟକ୍ରମ ଉଦ୍ଯାପିତ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ପୁଇଁତଲା ବ୍ଲକ ଅଧିନସ୍ଥ ଯୁଧିଷ୍ଠିର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଛତାମଖନାରେ ନୂଆ-ଓ ଓଡିଆ ସାହିତ୍ୟ ପ୍ରତିଯୋଗିତା ଓ ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର କାର୍ଯ୍ୟକ୍ରମ ଅଧ୍ୟକ୍ଷ ସୁଦାମ ଚରଣ ଖମାରୀଙ୍କ ଦ୍ୱାରା ଉଦ୍ଯାପିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ ଛାତ୍ରଛାତ୍ରୀମାନଙ୍କୁ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ସଂପର୍କରେ ବକ୍ତବ୍ୟ ପ୍ରଦାନ କରିଥିବା ବେଳେ ସମ୍ମାନିତ ଅତିଥି ଡ. ଗୁରୁ ଘାସିରାମ ମିଶ୍ର ଜଗନ୍ନାଥ ସଂସ୍କୃତି ଉପରେ ବିଷଦ ଭାବରେ ଛାତ୍ରଛାତ୍ରୀମାନଙ୍କୁ ଅବଗତ କରିଥିଲେ । ଅଧ୍ୟାପକ ଡ. ଦୈତାରି ପୂଜାରୀ ସଭା ପରିଚାଳନା କରିଥିବା ବେଳେ ଅଧ୍ୟାପିକା ପଦ୍ମାଳୟା ତ୍ରିପାଠି ମଂଚାସୀନ ଥିଲେ । କ୍ରୀଡା ଶିକ୍ଷକ ପ୍ରେମାନନ୍ଦ ବିଶି ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଡ. ପବିତ୍ର କୁମାର ଦଣ୍ଡସନା ଧନ୍ୟବାଦ ଅର୍ପଣ କରିଥିଲେ । ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା କୃତି ପ୍ରତିଯୋଗୀମାନଙ୍କୁ ଅତିଥିମାନେ ପୁରସ୍କାର ବିତରଣ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଅଧ୍ୟାପକ ଡ. ଧନଞ୍ଜୟ ସେଠ, ଅଧ୍ୟାପକ ରାଧାକାନ୍ତ ସାହୁ, ଗ୍ରନ୍ଥାଗାରିକ ଦୁର୍ବାଦଳ ମିଶ୍ର, କିରାଣୀ ଦିଗାମ୍ବର ପାଣ୍ଡେ ଓ ଦୁଃଖିଶ୍ୟାମ ବାଘ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ ।