oom

କଳାହାଣ୍ଡି ଜିଲ୍ଲାସ୍ତରୀୟ ବିକାଶ ମେଳା ଉଦ୍‌ଯାପିତ

jsmm

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଭବାନୀପାଟଣା ମାଁ ମାଣିକେଶ୍ଵରୀ ବିଶ୍ଵବିଦ୍ୟାଳୟ ଖେଳପଡ଼ିଆରେ ଗତ ୨୦ ତାରିଖ ଠାରୁ ଚାଲିଥିବା ଜିଲ୍ଲା ସ୍ତରୀୟ ବିକାଶ ମେଳା ଆଜି ଉଦ୍‌ଯାପିତ ହୋଇଯାଇଛି । ତିନିଦିନ ଧରି ଏହି ବିକାଶ ମେଳା ଅନୁଷ୍ଠିତ ହୋଇଥିଲା । ରାଜ୍ୟ ସରକାରଙ୍କର ୧୦୦ ଦିନ ପୂର୍ତ୍ତି ଅବସରରେ ବିଭିନ୍ନ ଉନ୍ନୟନ ମୂଳକ ଜନକଲ୍ୟାଣକାରୀ ଯୋଜନା ଓ କାର୍ଯ୍ୟକ୍ରମର ସଫଳ ରୂପାୟନ ବାର୍ତ୍ତା ପ୍ରସାର ପ୍ରଚାର ସମ୍ପର୍କରେ ଜିଲ୍ଲାପ୍ରଶାସନ ତରଫରୁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ଜିଲ୍ଲା ପ୍ରଶାସନ ଓ ଓରମାସ ତରଫରୁ ୨୫ଟି ବିଭିନ୍ନ ବିଭାଗୀୟ ଷ୍ଟଲ ଖୋଲାଯାଇ ସରକାରଙ୍କର ଜନ କଲ୍ୟାଣକାରୀ ଯୋଜନା ସମ୍ପର୍କରେ ସଚେତନତା ବାର୍ତ୍ତା ପ୍ରଚାର ପ୍ରସାର କରାଯାଇଥିଲା । ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା । ଉଦ୍‌ଯାପନୀ ସାଂସ୍କୃତିକ ସନ୍ଧ୍ୟାରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ, ଅତିରିକ୍ତ ଜିଲ୍ଲାପାଳ ତ୍ରିଲୋଚନ ପାତ୍ର, ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଦୟାମୟ ପାଢି, ଉପ ଜିଲ୍ଲାପାଳ ଧର୍ମଗଡ଼ ଧିମାନ ଚକମା, ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲାପରିଷଦ ଦିଲୀପ କୁମାର ମହାରଣା, ପିଡି, ଡ଼ୁଡ଼ା, ମୁନୀନ୍ଦ୍ର ହୋନାଙ୍ଗା, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ମଳୟ କୁମାର ପରିଡା, ପିଏଆଇଟିଡିଏ, ରାମକୃଷ୍ଣ ଗଣ୍ଡ, ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ହଳଧର ନିଆଲ, ଡେପୁଟି କଲେକ୍ଟର ଚନ୍ଦ୍ରଦାସ ମହାନନ୍ଦିଆ, ଏଲ୍ଏଓ, ରାକେଶ ପ୍ରଧାନ, ତହସିଲଦାର ଲାଞ୍ଜିଗଡ଼ କିରଣ ମହାନ୍ତି, ତହସିଲଦାର କେସିଙ୍ଗା ପ୍ରଣତି ପ୍ରଧାନଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲା ସ୍ତରୀୟ ଅଧିକାରୀ, ବିଶିଷ୍ଟ ବ୍ୟକ୍ତି, ଗଣମାଧ୍ୟମର ପ୍ରତିନିଧି ପ୍ରମୁଖ ଯୋଗ ଦେଇଥିଲେ । ଜିଲ୍ଲା ସଂସ୍କୃତି ପରିଷଦ ତରଫରୁ ଜନସାଧାରଣଙ୍କ ମନୋରଞ୍ଜନ ପାଇଁ ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । କାର୍ଯ୍ୟକ୍ରମକୁ ହେମନ୍ତ କୁମାର ମୁଣ୍ଡ ପରିଚାଳନା କରିଥିଲେ ।

jittmm
Leave A Reply

Your email address will not be published.