ଦେଓଗାଁ ହାଇସ୍କୁଲର ବାର୍ଷିକ କ୍ରୀଡା ଉଦଯାପିତ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟରେ ବୁଧବାର ଦିନ ବାର୍ଷିକ କ୍ରୀଡା ଉଦଯାପିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଅମ୍ବରିଶ ଭୋଇଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ନେହେରୁ ଖେଳ ପଡିଆରେ ଉଦଘାଟିତ ହୋଇଥିଲା । ଏହି ପ୍ରତିଯୋଗିତାରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ବିଭିନ୍ନ କ୍ରୀଡା ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିଲେ । ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀମାନଙ୍କୁ ବିଦ୍ୟାଳୟର ବାର୍ଷିକ ଉତ୍ସବରେ ପୁରସ୍କାର ପ୍ରଦାନ କରାଯିବା ନେଇ ସୂଚନା ମିଳିଛି । ବିଦ୍ୟାଳୟର କ୍ରୀଡା ଶିକ୍ଷକ ଦେବାଶିଷ ବିଶ୍ୱାଳ, କରୁଆଁଝର ଉଚ୍ଚ ବିଦ୍ୟାଳୟର କ୍ରୀଡା ଶିକ୍ଷକ ସୁଶୀଲ ପ୍ରଧାନ, ଗାଇବାହାଲ ଉଚ୍ଚ ବିଦ୍ୟାଳୟର କ୍ରୀଡା ଶିକ୍ଷକ ବ୍ୟାସଦେବ ପଧାନ ଏବଂ ବାଳିକା ବିଦ୍ୟାଳୟର ଖେଳ ଶିକ୍ଷକ ମୋହନ ରଣା ପ୍ରମୁଖ କ୍ରୀଡା ପରିଚାଳନା କରିଥିବା ବେଳେ ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ସହଯୋଗ କରିଥିଲେ ।

Leave A Reply

Your email address will not be published.