କୁଡ଼ାସିଂହାରେ ସୁରଭି କାର୍ଯ୍ୟକ୍ରମ ଉଦ୍‌ଯାପିତ

ଦେଓଗାଁ, (ମନୀଷ କୁମାର ସାହୁ) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ କୁଡ଼ାସିଂହା ଟି.ଆର. ନୋଡାଲ ସ୍କୁଲରେ କ୍ଲଷ୍ଟରସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉମାକାନ୍ତ ଝାଙ୍କର ମୁଖ୍ୟ ଅତିଥି ଓ ସ୍ଥାନୀୟ ପର୍ଶୁରାମ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଶ୍ୱିନୀ ମିଶ୍ର, ସିଆରସିସି ମନୋଜ ଅଗସ୍ତି, ପୂର୍ବ ସିଆରସିସି ଗୋପାଳ ଚୌଧୁରୀ, ପୂର୍ବ ପ୍ରଧାନ ଶିକ୍ଷକ ସୁଶିଲ ଭୋଇ ପ୍ରମୁଖ ଯୋଗ ଦେଇଥିଲେ । ସ୍କୁଲର ପ୍ରଧାନ ଶିକ୍ଷକ ଜ୍ଞାନରଞ୍ଜନ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ କ୍ଲଷ୍ଟରର ସମସ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଉପସ୍ଥିତ ରହିଥିଲେ । କାର୍ଯ୍ୟକ୍ରମ ଶେଷରେ କୃତି ପ୍ରତିଯୋଗୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା । ସମସ୍ତ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟିତ୍ରୀ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

Leave A Reply

Your email address will not be published.

twelve + 9 =