csstore

ଶେଷରେ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ପାଇଲା ୟୁଜିସି ମାନ୍ୟତା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଦୀର୍ଘ ବାଦ ବିବାଦ ପରେ ଆଜି ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟକୁ ୟୁଜିସି ଅଧିନିୟମ ୧୯୫୬, ଧାରା ୨(ଏଫ୍) ଅନୁଯାୟୀ ୟୁନିଭରସିଟି ଗ୍ରାଣ୍ଟ କମିସନ (ୟୁଜିସି) ବିଶ୍ୱବିଦ୍ୟାଳୟର ମାନ୍ୟତା ଦେବା ସହ ବିଶ୍ୱବିଦ୍ୟାଳୟ ତାଲିକାରେ ଅନ୍ତର୍ଭୃକ୍ତ କରିଛି । ଏନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ଟ୍ୱିଟ କରି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ବିଶ୍ୱବିଦ୍ୟାଳୟ ମାନ୍ୟତାକୁ ନେଇ ଗଣମାଧ୍ୟମରୁ ଜାଣିବା ସହ ରାଜ୍ୟସଭା ସାଂସଦ ସୁବାଷ ସିଂ, ବଲାଙ୍ଗିର ଲୋକସଭା ସାଂସଦ ସଙ୍ଗୀତା କୁମାରୀ ସିଂଦେଓ, ରାଜ୍ୟସଭା ସାଂସଦ ମୁଜିବୁଲ୍ଲା ଖାନ, ରାଜ୍ୟସଭା ସାଂସଦ ମମତା ମହାନ୍ତ ଏବଂ ପୂର୍ବତନ ସାଂସଦ କଳିକେଶ ସିଂଦେଓ ଏ ନେଇ ଅବଗତ କରାଇଥିଲେ । ଛାତ୍ରଛାତ୍ରୀଙ୍କ ହିତ ଦୃଷ୍ଟିରୁ ୟୁଜିସି ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଆବଶ୍ୟକୀୟ ତଥ୍ୟ ପ୍ରଦାନ କଲେ ୟୁଜିସି ଅଧିନିୟମ ୧୯୫୬ର ଧାରା ୧୨(ବି) ରେ ଖୁବ ଶୀଘ୍ର କେନ୍ଦ୍ରୀୟ ଅନୁଦାନ ପାଇବ । ଏହା ବିଶ୍ୱବିଦ୍ୟାଳୟର ଉନ୍ନତି ଏବଂ ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶ ପାଇଁ ସହାୟକ ହେବ । ଏହା ନିଶ୍ଚିତ ଭାବରେ ପଶ୍ଚିମ ଓଡ଼ିଶାର ଛାତ୍ରଛାତ୍ରୀଙ୍କ ଆକାଂକ୍ଷାକୁ ପୂରଣ କରିବା ସହ ପ୍ରଧାନମନ୍ତ୍ରୀଙ୍କ ଦୂରଦୃଷ୍ଟିସମ୍ପନ୍ନ ନୂଆ ଶିକ୍ଷା ନୀତିରେ ଉଲ୍ଲେଖ ଥିବା ଗୁଣାତ୍ମକ ଶିକ୍ଷା ଉପଲବ୍ଧି କରିବ ବୋଲି ଆଶା କରୁଛି । ପଶ୍ଚିମ ଓଡ଼ିଶାର ପୁରାତନ ଶିକ୍ଷାନୁଷ୍ଠାନ ରାଜେନ୍ଦ୍ର ମହାବିଦ୍ୟାଳୟକୁ ୟୁଜିସି ଅଧିନିୟମ ୧୯୫୬, ଧାରା ୨(ଏଫ୍) ଅନୁଯାୟୀ ୟୁନିଭରସିଟି ଗ୍ରାଣ୍ଟ କମିସନ (ୟୁଜିସି) ଆଜି ବିଶ୍ୱବିଦ୍ୟାଳୟର ମାନ୍ୟତା ଦେବା ସହ ବିଶ୍ୱବିଦ୍ୟାଳୟ ତାଲିକାରେ ଅନ୍ତର୍ଭୃକ୍ତ କରିଛି ।

jayashree
Leave A Reply

Your email address will not be published.