om academy

ଗଣତନ୍ତ୍ର ଦିବସରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

jsm

ମାଲକାନଗିରି : ପବିତ୍ର ସାଧରଣତନ୍ତ୍ର ଦିବସ ଓ ସରସ୍ୱତୀ ପୂଜା ଅବସରରେ ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଅନ୍ତର୍ଗତ ଉଦୁଲିବେଡା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟଠାରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଯାଇଛି । ମାଥିଲି ବ୍ଲକ ଅଧ୍ୟକ୍ଷ ମହେଶ କୁମାର ବାକା ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀ ହୃଷିକେଶ ଗଣ୍ଡ ମିଳିତ ଭାବେ ଗାନ୍ଧୀଙ୍କ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଉଦୁଲିବେଡା ସରପଞ୍ଚ ନନ୍ଦ କିଶୋର ଖିଲ, ପିଇଓ ଅଶୋକ କୁମାର ମହାରଣାଙ୍କ ସହ ସମସ୍ତ ୱାର୍ଡ ମେମ୍ବର, ଆଶା କର୍ମୀ, ଏଏନ୍‌ଏମ୍‌ଙ୍କ ସହ ଗ୍ରାମବାସୀ ଉପସ୍ଥିତ ରହି ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ସ୍ମୃତିଚାରଣ କରିଥିଲେ ।

Leave A Reply

Your email address will not be published.