ବାଙ୍କେଲ ଗ୍ରାମରେ କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ଵାରା ବୀର ସୁରେନ୍ଦ୍ର ସାଏଙ୍କ ନୂତନ ପ୍ରତିମୂର୍ତ୍ତି ଉନ୍ମୋଚିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ବାଙ୍କେଲ ପଞ୍ଚାୟତ ସଦର ଗ୍ରାମରେ ବୀର ସୁରେନ୍ଦ୍ର ସାଏ କ୍ଲବ ପକ୍ଷରୁ ବୀର ସୁରେନ୍ଦ୍ର ସାଏଙ୍କ ପୂଣ୍ୟତିଥି ଉପଲକ୍ଷେ ବୀର ସୁରେନ୍ଦ୍ର ସାଏଙ୍କ ନୂତନ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା ଯୋଗଦେଇ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କରିଥିଲେ । ସମ୍ମାନିତ ଅତିଥି ଭାବେ ୨୯ ନଂ ଜୋନ ଜିଲ୍ଲା ପରିଷଦ ସଭ୍ୟ ଗୋପିନାଥ ପାଣିଗ୍ରାହୀ, ବରିଷ୍ଠ କଂଗ୍ରେସ ନେତା କେ. ତ୍ରିନାଥ ରାଓ, ପୂର୍ଣ୍ଣଚନ୍ଦ୍ର ପୁଟେଲ ଓ ପାର୍ଥରାମ ଭୋଇ ଯୋଗଦେଇଥିଲେ । ଏହି କାର୍ଯ୍ୟକ୍ରମରେ କ୍ଲବର ସଭାପତି ନୀଳମାଧବ ଜାନୀ, ସଂପାଦକ ଜୁଗଳ ପୁଟେଲଙ୍କ ସମେତ କ୍ଲବର ସମସ୍ତ କର୍ମକର୍ତ୍ତା ଓ ବାଙ୍କେଲ ଗ୍ରାମବାସୀ ଉପସ୍ଥିତ ରହି ସମ୍ପୂର୍ଣ୍ଣ ସହଯୋଗ କରିଥିଲେ ।

Leave A Reply

Your email address will not be published.

nine + 16 =