ବଦଳିଲା ଆୟକର ସ୍ଲାବ୍‌ ରେଟ୍‌ : କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ବଜେଟ୍‌ ଉପସ୍ଥାପନ

ନୂଆଦିଲ୍ଲୀ : କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମୋଦି ସରକାରଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ୍‌ ଉପସ୍ଥାପନ କରିଛନ୍ତି । ଦେଶର କୋଟି କୋଟି ଟିକସଦାତାଙ୍କୁ ବଡ଼ ଆଶ୍ୱସ୍ତି ଦେଇଛନ୍ତି ଅର୍ଥମନ୍ତ୍ରୀ । ଆୟକର ସ୍ଲାବ୍‌ରେ ପରିବର୍ତ୍ତନ କରି ଆୟକର ଦାତାଙ୍କୁ ଆଶ୍ୱସ୍ତି ଦେଇଛନ୍ତି ଅର୍ଥମନ୍ତ୍ରୀ । ବଜେଟ୍ ଅଭିଭାଷଣରେ ଅର୍ଥମନ୍ତ୍ରୀ କହିଥିଲେ ଯେ, ନୂଆ ଟିକସ୍‌ ବ୍ୟବସ୍ଥାରେ ଷ୍ଟାଣ୍ଡାର୍ଡ ଡିଡକ୍ସନ ୫୦ ହଜାର ଟଙ୍କାରୁ ୭୫ ହଜାର ଟଙ୍କାକୁ ବୃଦ୍ଧି କରାଯିବ । ଏହା ସହିତ ଟିକସ୍‌ ଢାଞ୍ଚାରେ ପରିବର୍ତ୍ତନ କରାଯିବ । ନୂଆ ଟିକସ୍‌ ବ୍ୟବସ୍ଥାରେ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ କୌଣସି ଟିକସ୍‌ ଆଦାୟ କରାଯିବ ନାହିଁ । ୩ ଲକ୍ଷରୁ ୭ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟ ଉପରେ ୫ ପ୍ରତିଶତ ଟିକସ୍‌ ଲାଗୁ ହେବ । ୭ ଲକ୍ଷରୁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟ ଉପରେ ୧୦ ପ୍ରତିଶତ ଟିକସ୍‌ ଲାଗୁ ହେବ । ୧୦ ଲକ୍ଷରୁ ୧୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟ ଉପରେ ୧୫ ପ୍ରତିଶତ ଟିକସ୍‌ ଲାଗୁ ହେବ । ୧୨ ଲକ୍ଷରୁ ୧୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟ ଉପରେ ୨୦ ପ୍ରତିଶତ ଟିକସ୍‌ ଲାଗୁ ହେବ । ୧୫ ଲକ୍ଷଟଙ୍କାରୁ ଅଧିକ ଆୟ ଉପରେ ୩୦ ପ୍ରତିଶତ ଟିକସ୍‌ ଲାଗୁ ହେବ । ବଜେଟ ସମୟରେ ସେ ଆୟକର ସ୍ଲାବ୍‌ ରେଟ୍‌ରେ ପରିବର୍ତ୍ତନ କରିଛନ୍ତି । ପୂର୍ବରୁ ଥିବା ୩ ଲକ୍ଷ ପର୍ଯ୍ୟନ୍ତ ଆୟ ଉପରେ ଟ୍ୟାକ୍ସ ଛାଡ଼ ଅପରିବର୍ତ୍ତିତ ରହିଛି । ଅର୍ଥାତ୍‌ ୩ ଲକ୍ଷ ପର୍ଯ୍ୟନ୍ତ ଆୟକର ଦେବାକୁ ପଡ଼ିବ ନାହିଁ । ତେବେ ଅର୍ଥମନ୍ତ୍ରୀଙ୍କ ଘୋଷଣା ଅନୁସାରେ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଟ୍ୟାକ୍ସ ଛାଡ଼ ହୋଇଛି ।

Leave A Reply

Your email address will not be published.