ଡି. କର୍ଲାଖୁଣ୍ଟା ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ

ମ. ରାମପୁର, (ପି.କେ. ସାହୁ) କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକ ଡି. କର୍ଲାଖୁଣ୍ଟା ସରକାରୀ ଉଚ୍ଚ ବିଦ୍ୟାଳୟ ବାର୍ଷିକ ଉତ୍ସବ ଆଜି ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ସୂର୍ଯ୍ୟକାନ୍ତ ସାହୁ (ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ) ସଭାପତିତ୍ୱରେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ପ୍ରମୁଖ ଯୋଗଦେଇଥିଲେ । ପ୍ରଥମେ ମହାପ୍ରଭୁଙ୍କ ନିକଟରେ ପ୍ରଦୀପ ପ୍ରଜ୍ୱଳନ କରାଯାଇ ସଭାକାର୍ଯ୍ୟ ଆରମ୍ଭ ହୋଇଥିବାବେଳେ ବିଦ୍ୟାଳୟର ଛାତ୍ରୀମାନଙ୍କ ଦ୍ୱାରା ନୃତ୍ୟ ମାଧ୍ୟମରେ ସ୍ୱାଗତ କରାଯାଇଥିଲା । ବିଦ୍ୟାଳୟ ବାର୍ଷିକ କ୍ରୀଡାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା । ବିଦ୍ୟାଳୟର ଛାତ୍ରୀ ଓ ଛାତ୍ରଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବିଦ୍ୟାଳୟର ଯାଜ୍ଞସେନୀ ବାଗ, ମହନ୍ତର ପ୍ରଧାନ, କନକଲତା ଦାସ, ଜଗନ୍ନାଥ ପ୍ରଧାନ, ମମିତା ଶବର, ସୌମ୍ୟ ରଞ୍ଜନ ବାରିକ, ଉପେନ୍ଦ୍ର ସା, ରାଜୀବ ପୁଝାରୀ, ସନ୍ତୋଷିନୀ ନାଗ, ଶ୍ରୀକାନ୍ତ ପ୍ରଧାନ, ସଲୀନା ଗଡନାୟକ ସହକାରୀ ଶିକ୍ଷକ ଓ ଶିକ୍ଷୟିତ୍ରୀ ଓ କର୍ମଚାରୀମାନେ କାର୍ଯ୍ୟକ୍ରମ ପରିଚାଳନାରେ ସକ୍ରିୟ ଅଂଶଗ୍ରହଣ କରି କାର୍ଯ୍ୟକ୍ରମକୁ ସଫଳ କରାଇଥିଲେ ।

Leave A Reply

Your email address will not be published.