ପିଏମ ଶ୍ରୀ ବାପୁଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କନ୍ଧକେଲଗାଁ ରେ ବାର୍ଷିକ ଉତ୍ସବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ମଙ୍ଗଳ ବାର ଦିନ ପିଏମଶ୍ରୀ ବାପୁଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କନ୍ଧକେଲଗାଁ ରେ ବାର୍ଷିକ ଉତ୍ସବ ପାଳନ ହୋଇଯାଇଛି । ପ୍ରଧାନ ଶିକ୍ଷକ ରାମ ଗୋପାଳ ଖମାରି ଶର୍ମାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ରୂପେ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ମୋନିକା ସିଂ ଭୋଇ ଉପସ୍ଥିତ ଥିଲେ । ସମ୍ମାନିତ ଅତିଥି ରୂପେ ଉତ୍କଳ ଗ୍ରାମ୍ୟ ବ୍ୟାଙ୍କର ଶାଖା ପରିଚାଳକ, ପରିଚାଳନା କମିଟି ସଭାପତି ଅରୁଣ ଥନାପତି ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମକୁ ଶିକ୍ଷକ ପ୍ରକାଶ ଚନ୍ଦ୍ର ସାହୁ ପରିଚାଳନା କରିଥିବା ବେଳେ ସୁରେନ୍ଦ୍ର ଷଡ଼ଙ୍ଗୀ ଅତିଥି ପରିଚୟ ପ୍ରଦାନ କରିଥିଲେ । ଧନ୍ୟବାଦ ଅର୍ପଣ ସଂସ୍କୃତ ଶିକ୍ଷକ ରାୟଗୁପ୍ତା ବିଶ୍ୱାଳ ପ୍ରଦାନ କରିଥିଲେ । ସାଂସ୍କୃତିକ କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀଙ୍କ ତିନୋଟି ନାଟକ ସହ ଅନେକ ସଂଗୀତ ଓ ନୃତ୍ୟ ଅଭିଭାବକ ଓ ପୂର୍ବ ଛାତ୍ରଛାତ୍ରୀଙ୍କ ମନ ଜିଣିଥିଲା । ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ପରିଚାଳନା କମିଟି ସଦସ୍ୟଙ୍କ ସହଯୋଗରେ କାର୍ଯ୍ୟକ୍ରମ ସଫଳ ହୋଇଥିଲା ।

Leave A Reply

Your email address will not be published.