csstore

କୁରସୁଡ଼ ଉଚ୍ଚ ବିଦ୍ୟାଳୟଠାରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ଼ ବ୍ଲକ ଅନ୍ତର୍ଗତ କୁରସୁଡ ଗ୍ରାମର ଶ୍ରୀଜଗନ୍ନାଥ ନୋଡାଲ ଉଚ୍ଚ ବିଦ୍ୟାଳୟର ୪୨ତମ ବାର୍ଷିକ ମହୋତ୍ସବ ପାଳିତ ହୋଇଯାଇଛି । ଉକ୍ତ ଉତ୍ସବରେ ସ୍ଥାନୀୟ ଗ୍ରାମ ପଞ୍ଚାୟତର ସରପଞ୍ଚ ପ୍ରତିନିଧି ନିମାଇଁଚରଣ ବେହେରା ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିବା ବେଳେ ସମିତି ସଭ୍ୟ ଜୟ ପ୍ରକାଶ ନାଏକ, ପୁରାତନ ଛାତ୍ର ସଂସଦର ସଭାପତି ହର ପ୍ରସାଦ ନାଏକ, ବିଦ୍ୟାଳୟ ପାଇଁ ଜମି ଦାନ କରିଥିବା ସ୍ୱର୍ଗତ ନେକିରାମ ଜୈନଙ୍କ ନାତି କାହ୍ନା ଜୈନ ଓ ସ୍ୱର୍ଗତ ଅଦଲ ସାହୁଙ୍କ ପୁଅ ସଂଜୀବ କୁମାର ସାହୁ ପ୍ରମୁଖ ସମ୍ମାନିତ ଅତିଥି ରୂପେ ଯୋଗଦାନ କରିଥିଲେ । ମୁଖ୍ୟ ବକ୍ତା ଭାବେ ଉକ୍ତ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଶଙ୍କର୍ଷଣ ସ୍ୱାଇଁ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ କରିଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଜୟ ରଞ୍ଜନ ମହାନ୍ତି ସଭାର ଅଧ୍ୟକ୍ଷତା କରିଥିଲେ । ଏ ଅବସରରେ ବିଭିନ୍ନ ପ୍ରକାର ପ୍ରତିଯୋଗିତାରେ ଅଂଶଗ୍ରହଣ କରି କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା । କାର୍ଯ୍ୟକ୍ରମର ଶେଷରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ଚିତ୍ତାକର୍ଷକ ନୃତ୍ୟ ଓ କ୍ଷୁଦ୍ର ନାଟିକା ପରିବେଷଣ କରାଯାଇଥିଲା ।

jayashree
Leave A Reply

Your email address will not be published.