ଇରିଗେସନ୍‌ କଲୋନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଭବାନୀପାଟଣା ଇରିଗେସନ୍‌ କଲୋନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନକୁଳ ବେହେରାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପୁରସ୍କାର ବିତରଣୀ ସଭାରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଆଚାରୀ ଶବର ମୁଖ୍ୟ ଅତିଥି ଏବଂ ଏବିଇଓ ଜୟ କୁମାର ମାଝୀ ମୁଖ୍ୟ ବକ୍ତା ଭାବେ ଯୋଗ ଦେଇଥିଲେ । ଏବିଇଓ ଜଗଦିଶ ଚନ୍ଦ୍ର ମୁଣ୍ଡ, ହୃଷିକେଶ ନାଏକ, ପୂର୍ବତନ ପ୍ରଧାନ ଶିକ୍ଷୟିତ୍ରୀ ରତ୍ନମଞ୍ଜରୀ ମୁଣ୍ଡ, ସିଆର୍‌ସିସି ପ୍ରଫୁଲ୍ଲ ଠାକୁର ପରିଚାଳନା ସମିତି ସଭାପତି ଅଜିତ କୁମାର ନାଏକ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ବିଦ୍ୟାଳୟର ଛାତ୍ରୀମାନେ ସ୍ୱାଗତ ସଂଗୀତ ଗାନ କରିଥିଲେ । ଶିକ୍ଷୟିତ୍ରୀ ସ୍ନିଗ୍ଧା ମହାପାତ୍ର ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ । ପ୍ରଧାନ ଶିକ୍ଷକ ନକୁଳ ବେହେରା ବାର୍ଷିକ ବିବରଣୀ ପାଠ କରିଥିଲେ । ମଞ୍ଚାସୀନ ଅତିଥିମାନେ ନିଜ ନିଜ ବକ୍ତବ୍ୟ ମାଧ୍ୟମରେ ଶିଶୁମାନଙ୍କ ସର୍ବାଙ୍ଗୀନ ବିକାଶ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରି ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ । ଛାତ୍ର ପିଣ୍ଟୁ ସୁନା ଶ୍ରେଷ୍ଠ ଛାତ୍ର ଭାବେ ଯୋଗ୍ୟ ବିବେଚିତ ହୋଇ ପୁରସ୍କୃତ ହୋଇଥିଲେ । ଅନ୍ୟ କୃତି ଛାତ୍ରଛାତ୍ରୀମାନଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କାର ଓ ମାନପତ୍ର ପ୍ରଦାନ କରାଯାଇଥିଲା । ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଚିତ୍ତାକର୍ଷକ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ପ୍ରଦର୍ଶନ କରାଯାଇଥିଲା । ରାଧେଶ୍ୟାମ ଦାସ ମଞ୍ଚ ପରିଚାଳନା କରିଥିବା ବେଳେ ହେମନ୍ତ ନାଏକ ଧନ୍ୟବାଦ ଅର୍ପଣ କରିଥିଲେ । ଶିକ୍ଷୟିତ୍ରୀ ଅନୀତା ଅଗସ୍ତି, ପୁଷ୍ପାଞ୍ଜଳୀ ପଣ୍ଡା, ବିଜୟାଲକ୍ଷ୍ମୀ ବହିଦାର, ଆଲ୍ଲାଦିନୀ ବିଶି, ରେଣୁକା ସାହୁ, ଭାରତୀ ମିଶ୍ର, ଧରିତ୍ରୀ ପ୍ରଧାନ, ଶିକ୍ଷକ କାଶୀ ବିଶ୍ୱନାଥ ମିଶ୍ର କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।

Leave A Reply

Your email address will not be published.

one × 4 =